ବନ୍ଧୁତାପୂର୍ଣ୍ଣ କ୍ରିକେଟ ମ୍ୟାଚ: ଛତ୍ରପୁର ପ୍ରେସ କ୍ଲବକୁ ହରାଇଲା ଜିଲ୍ଲା ପ୍ରଶାସନ

ଛତ୍ରପୁର ,୧୫।୮(ସନ୍ତୋଷ ପାଢ଼ୀ ): ୭୭ତମ ସ୍ବାଧୀନତା ଦିବସ ପାଳନ ଅବସରରେ ସ୍ଥାନୀୟ ଷ୍ଟାଡିୟମ ଠାରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ସହ ଛତ୍ରପୁର ପ୍ରେସ କ୍ଲବ ମଧ୍ୟରେ ଏକ ଦିନିକିଆ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ୧୨ ଓଭରକୁ ନେଇ ଦୁଇ ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ବିଜୟ ହାସଲ କରିଛି ।
ଏହି ମ୍ୟାଚରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କିର୍ତ୍ତୀୱାସନ, ଗଞ୍ଜାମ ଜିଲାର ଅତିରିକ୍ତ ଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଓ ଦେବ ବ୍ରତ ସାହୁ, ଡୁଡାପିଡି ନୀଳ ମାଧବ ଭୋଇ, ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ର, ଛତ୍ରପୁର ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ସମ୍ବିତ ସଂଗ୍ରାମଜିତ ସାହୁ, ଛତ୍ରପୁର ବିଡ଼ିଓ ସୁଶାନ୍ତ କୁମାର ବରାଳ, ଗଞ୍ଜାମ ଆରଟିଓ ମାନସ ରଞ୍ଜନ ସାହୁ, ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରାଙ୍କ ସମେତ ବହୁ ଅଧିକାରୀମାନେ ଖେଳିଥିଲେ। ସେହିପରି ଛତ୍ରପୁର ପ୍ରେସକ୍ଲବ ପକ୍ଷରୁ ସାମ୍ବାଦିକ ଭାଇ ଖେଳିଥିଲେ। ଗଞ୍ଜାମ ଜିଲା ପ୍ରଶାସନ ଦଳ ପକ୍ଷରୁ ଡୁଡାପିଡି ନୀଳମାଧବ ଭୋଇ ଅଧିନାୟକ ଦାୟିତ୍ୱ ତୁଲାଇଥିବାବେଳେ ଛତ୍ରପୁର ପ୍ରେସ କ୍ଲବ ପକ୍ଷରୁ ଉପଦେଷ୍ଟା ବସନ୍ତ କୁମାର ମହାରଣା ଅଧିନାୟକ ଏବଂ କାର୍ଯ୍ୟକାରୀ ସଦସ୍ୟ ସନ୍ତୋଷ ମିଶ୍ର ଉପଅଧିନାୟକ ଭାବେ ଦାୟିତ୍ୱ ତୁଲାଇଥିଲେ । ଭାଷ୍ୟକାର ଭାବେ ଆଇନଜୀବୀ ପ୍ରଶାନ୍ତ କୁମାର ଶତପଥୀ ଓ ପ୍ରେସ କ୍ଳବର ଉପସଭାପତି ସୁଧୀର ନାହାକ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri