ମାହାଙ୍ଗା, ୧୭ା୮ (ଯଯାତି ସିଂହ)କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ଏକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ମୃତ୍ୟୁର ୨ ମାସ ପରେ ଏକ ଅଡିଓ କ୍ଲିପ୍ ଭାଇରାଲ ହେବାରେ ଲାଗିଛି। ଯେଉଁ ଅଡିଓରେ ନାବାଳିକାଙ୍କ ମୃତ୍ୟୁକୁ ନେଇ ୭୦ ହଜାର ଟଙ୍କାର ଡିଲ ହୋଇଥିବା ଶୁଣିବାକୁ ମିଳିଥିଲା। ଭାଇରାଲ ହୋଇଥିବା ଅଡିଓ କ୍ଲିପଟି ଜଣେ ବିଜେଡି ନେତାଙ୍କ ବୋଲି ଅଭିଯୋଗ ହେଉଛି। ତେବେ ଘଟଣାକୁ ନେଇ ଏବେ ଏକ ହାତଲେଖା ଚିଠି ଭାଇରାଲ ହେବାରେ ଲାଗିଛି। ଏହି ଚିଠିଟି ମୃତ ନାବାଳିକାଙ୍କ ବୋଲି ଆଲୋଚନା ହେଉଛି। ତେବେ ଏହି ଚିଠିରେ ସ୍ପଷ୍ଟ ଭାବେ ଲେଖା ଅଛି, ମୃତ ନାବାଳିକାଙ୍କୁ ଜୀବନରୁ ମାରିବାକୁ ତାଙ୍କର ବାପା ବିଷ ଖାଇବାକୁ ଦେଇଛନ୍ତି। ଅପରପକ୍ଷେ ଭାଇରାଲ ଅଡିଓରେ ମୃତ ନାବାଳିକା ରଶି ଦେଇ ଆତ୍ମହତ୍ୟା କରିଥିବା ଶୁଣିବାକୁ ମିଳୁଥିବା ବେଳେ ଭାଇରାଲ ଚିଠିରେ ବିଷ ଦେଇ ମାରିବାକୁ ଉଦ୍ୟମ କରାଯାଉଥିବା ଲେଖା ଅଛି। ଏଭଳିସ୍ଥିତିରେ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ମୃତ ନାବାଳିକାଙ୍କ ବାପା କହିଛନ୍ତି, ବାତ ମାରିବାରୁ ଝିଅର ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଘଟଣାରେ ସବୁଠାରୁ ବେଶୀ ସନ୍ଦେହ ଘେରକୁ ଆସିଛନ୍ତି ଜଣେ ବିଜେଡି ନେତା। ଫଳରେ ପୋଲିସ ଘଟଣା ସମ୍ପର୍କରେ ଅବଗତ ଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ପଛଘୁଞ୍ଚା ଦେଉଛି। ଏପରିସ୍ଥିତିରେ ବୁଧବାର ଥାନାରେ ପରିବାର ଲୋକ ପହଞ୍ଚତ୍ ଆଇଆଇସିଙ୍କୁ ଭେଟି ଘଟଣା ସମ୍ପର୍କରେ ଏକ ଲିଖିତ ଏତଲା ଦେଇଛନ୍ତି।
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ୟୁକ୍ରେନ୍ର ଡ୍ରୋନ୍ ଆକ୍ରମଣ: ଚାଲିଗଲା ୨୪ ଜୀବନ
କିଭ୍,୧ା୧ରୁଷିଆ ଅଧିକୃତ ଖେର୍ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍ର ଡ୍ରୋନ୍ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...
Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ
ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...
ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ
ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ
ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...
ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…
ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...
Archives


