ପାକିସ୍ତାନ ଚର୍ଚ୍ଚରେ ଭଙ୍ଗାରୁଜା: ୧୦୦ରୁ ଅଧିକ ଗିରଫ, ଚିନ୍ତା ପ୍ରକଟ କଲା ଆମେରିକା…

ଇସଲାମାବାଦ,୧୭।୮ : କୁରାନ ପ୍ରତି ଅସମ୍ମାନ ଅଭିଯୋଗରେ ପାକିସ୍ତାନ ଖ୍ରୀଷ୍ଟିଆନମାନଙ୍କୁ ଟାର୍ଗେଟ କରାଯାଇଛି। ଫୈସଲାବାଦରେ କେତେକ ଚର୍ଚ୍ଚରେ ଭଙ୍ଗାରୁଜା କରାଯାଇଛି। ଏହି ମାମଲାରେ ୧୦୦ରୁ ଅଧିକ ଲୋକଙ୍କୁ ଗିରଫ କରାଯାଇଛି। ପାକିସ୍ତାନ ଖବରକାଗଜ ଡନ ଅନୁସାରେ ଜାରାନୱାଲା ଜିଲାରେ ଅନେକ ଚଚ୍ଚରେ ଭଙ୍ଗାରୁଜା କରାଯାଇଛି।

ପଞ୍ଜାବ ସରକାରଙ୍କ ମୁଖପାତ୍ର ଏକ ବିବୃତ୍ତିରେ କହିଛନ୍ତି ପ୍ରାଦେଶିକ ସରକାର ମଧ୍ୟ ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ ପଞ୍ଜାବର ମଧ୍ୟବର୍ତ୍ତୀ ସୂଚନା ମନ୍ତ୍ରୀ ଆମୀର ମିର କହିଥିଲେ ଏହି ଅଞ୍ଚଳରେ ଶାନ୍ତି ଭଙ୍ଗ କରିବା ଅଭିଯୋଗରେ କେତେକ ଲୋକଙ୍କୁ ଅଟକ ରଖାଯାଇଛି। ମନ୍ତ୍ରୀ ଏକ ବିବୃତ୍ତିରେ କହିଛନ୍ତି ଜାରାନୱାଲାରେ ହିଂସା ଏକ ସୁଚିନ୍ତିତ ଷଡଯନ୍ତ୍ରର ଏକ ଅଂଶ ଭାବରେ ହୋଇଛି। ଜନସାଧାରଣଙ୍କ ଭାବନାକୁ ଉତ୍ତେଜିତ କରି ଶାନ୍ତି ଭଙ୍ଗ କରିବାକୁ ଯୋଜନା ଥିଲା।

ତେବେ ପରିସ୍ଥିତି ବର୍ତ୍ତମାନ ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। ଯିଏ ଆଇନକୁ ନିଜ ହାତକୁ ନେବାକୁ ଚେଷ୍ଟା କରିବ ସେ ତୁରନ୍ତ ଗିରଫ ହେବ।

ସୂଚନା ମନ୍ତ୍ରୀ କହିଛନ୍ତି ଚର୍ଚ୍ଚଗୁଡିକର ସୁରକ୍ଷାକୁ କଡାକଡି କରାଯାଇଛି ଏବଂ ବହୁ ସଂଖ୍ୟାରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଜିଓ ନ୍ୟୁଜ ରିପୋର୍ଟ ଅନୁଯାୟୀ, ପ୍ରଭାବିତ ଅଞ୍ଚଳରେ ୬ ହଜାରରୁ ଅଧିକ ପୋଲିସ ଏବଂ ରେଞ୍ଜର କର୍ମଚାରୀ ଉପସ୍ଥିତ ଅଛନ୍ତି। ଏହି ସମୟରେ, ଖ୍ରୀଷ୍ଟିଆନ ନେତାମାନେ ଅଭିଯୋଗ କରିଛନ୍ତି ପୋଲିସ ମୂକ ଦର୍ଶକ ହୋଇ ରହିଛି।
ଏହାକୁ ନେଇ ଆମେରିକା ଚିନ୍ତା ପ୍ରକଟ କରିଛି। ଆମେରିକା କହିଛି ହିଂସା ଅଭିବ୍ୟକ୍ତି ରୂପ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri