ବିଏସ୍‌କେଓ୍ବାଇରେ ଅନ୍ତର୍ଭୁକ୍ତ ହୋଇ ଚିକିତ୍ସା ହେଲେ ସନ୍ଦୀପ

ଭୁବନେଶ୍ୱର,୧୮ା୮(ଅସମାପିକା ସାହୁ): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ନୂଆ ସୁଙ୍ଗୁଡ଼ା ଗ୍ରାମର ସନ୍ଦୀପ ଜେନାଙ୍କ ଅସୁସ୍ଥତା କଥା ଗଣମାଧ୍ୟମରୁ ଜାଣିବା ମାତ୍ରେ ରାଜ୍ୟ ବି.ଏସ୍‌.କେ.ଓ୍ବାଇ. ଟିମ୍‌ ପକ୍ଷରୁ ତାଙ୍କର ଚିକିତ୍ସା ସହାୟତା ନିମନ୍ତେ ତ୍ୱରିତ ପଦକ୍ଷେପ ନିଆଯାଇଥିଲା। ଇତିମଧ୍ୟରେ ତାଙ୍କ ପାଇଁ ସୁପର ସ୍ପେଶାଲିଟି ଚିକିତ୍ସା ବ୍ୟବସ୍ଥା ହୋଇଛି । ତାଙ୍କ ପରିବାରଙ୍କୁ ମଧ୍ୟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯାଇଛି।

ଗଣମାଧ୍ୟମ ରିପୋର୍ଟ ଅନୁସାରେ, ସନ୍ଦୀପ ପରିବା ବେପାର କରି ଜୀବିକା ଅର୍ଜନ କରୁଥିଲେ। ଦିନେ ବାଇକ୍‌ରେ ଯାଉଥିବା ବେଳେ ପାଣିକୋଇଲି ପାଖରେ ସେ ଗୁରୁତର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକୀୟ ଚିକିତ୍ସା କରି ଅଧିକ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।
ସନ୍ଦୀପଙ୍କ ପରିବାରକୁ ବି.ଏସ୍‌.କେ.ଓ୍ବାଇ.ରେ ସାମିଲ କରାଯାଇ ଥିବାରୁ ତାଙ୍କ ସମ୍ପର୍କୀୟମାନେ ତାଙ୍କୁ ଭୁବନେଶ୍ୱର ସ୍ପର୍ଶ ହସ୍ପିଟାଲ ନେଇ ଆଡମିଶନ କରାଇଥିଲେ। ସେଠାରେ ସେ ବି.ଏସ୍‌.କେ.ଓ୍ବାଇ. କାର୍ଡ ବଳରେ ଚିକିତ୍ସିତ ହୋଇଥିଲେ। ଅପରେଶନ ପରେ ସ୍ପର୍ଶ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିଲେ। ପରେ ସେ ପୁଣି (ଟ୍ରିନିଟି ନ୍ୟୁରୋ ହସ୍ପିଟାଲ ଆଣ୍ଡ୍‌ ଟ୍ରମା କେୟାର) ନାମକ ଅନ୍ୟ ଏକ ଘରୋଇ ହସ୍ପିଟାଲକୁ ଯାଇ ଆଡମିଶନ ହୋଇଥିଲେ ଏବଂ ସେଠାରେ ମଧ୍ୟ ବି.ଏସ୍‌.କେ.ଓ୍ବାଇ. କାର୍ଡ ମାଧ୍ୟମରେ ମାଗଣା ସୁପର ସ୍ପେଶାଲିଟି ଚିକିତ୍ସା ପାଇଥିଲେ।
ବର୍ତ୍ତମାନ ପରବର୍ତ୍ତୀ ଚିକିତ୍ସା ପାଇଁ ସନ୍ଦୀପଙ୍କୁ କଟକର ଏସ୍‌.ସି.ବି. ମେଡିକାଲ କଲେଜ ହସ୍ପିଟାଲରେ ଆଡମିଶନ କରାଯାଇଛି। ସେ ଅସ୍ଥିଶଲ୍ୟ ବିଭାଗର ୨୯୪ ନମ୍ବର ବେଡ୍‌ରେ ରହି ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ସୁଧୁରୁଛି। ତାଙ୍କର ଆରୋଗ୍ୟ ଲାଭ ପାଇଁ ସମସ୍ତ ପ୍ରକାର  ଚିକିତ୍ସା କରାଯିବ ବୋଲି ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି।
ବର୍ତ୍ତମାନ ପରବର୍ତ୍ତୀ ଚିକିତ୍ସା ପାଇଁ ସନ୍ଦୀପଙ୍କୁ କଟକର ଏସ୍‌.ସି.ବି. ମେଡିକାଲ କଲେଜ ହସ୍ପିଟାଲରେ ଆଡମିଶନ କରାଯାଇଛି। ସେ ଅସ୍ଥିଶଲ୍ୟ ବିଭାଗର ୨୯୪ ନମ୍ବର ବେଡ୍‌ରେ ରହି ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ସୁଧୁରୁଛି। ତାଙ୍କର ଆରୋଗ୍ୟ ଲାଭ ପାଇଁ ସମସ୍ତ ପ୍ରକାର  ଚିକିତ୍ସା କରାଯିବ ବୋଲି ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି।

Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri