Posted inଜାତୀୟ

ଇଡି ଭୟରେ ଆମ ଦଳର କିଛି ନେତା ଭାଜପା ମେଣ୍ଟରେ ଯୋଗ ଦେଇଛନ୍ତି: ଶରଦ ପାଓ୍ବାର

ନୂଆଦିଲ୍ଲୀ,୨୧।୮: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ଏକ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ନିକଟରେ ଆମ ଦଳର କିଛି ଲୋକ ଯାଞ୍ଚ୍‌ ଏଜେନ୍ସି ଭୟରେ ଏନଡିଏରେ ଯୋଗ ଦେଇଥିଲେ। ସେହି ନେତାମାନଙ୍କ ମଧ୍ୟରୁ ଅନେକ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ସ୍କାନରରେ ଥିଲେ ଏବଂ ଯାଞ୍ଚ୍‌ର ସମ୍ମୁଖୀନ ହେବାକୁ ଚାହୁଁ ନ ଥିଲେ।
ତାଙ୍କ ପୁତୁରା ଅଜିତ ପାୱାରଙ୍କ ନାମ ନ ରଖି  ପାୱାର କହିଛନ୍ତି, ନିକଟରେ ଆମର କିଛି ଲୋକ ଭାଜପା ମେଣ୍ଟ ସରକାରରେ ଯୋଗ ଦେଇଥିଲେ। ସେମାନେ କହିଥିଲେ ଯେ ସେମାନେ ବିକାଶ ପାଇଁ ସରକାରରେ ଯୋଗ ଦେଉଛନ୍ତି, କିନ୍ତୁ ଏହା ସତ୍ୟ ନୁହେଁ। ସେମାନଙ୍କ ମଧ୍ୟରୁ କେତେକ ଲୋକ ଇଡି ସ୍କାନରେ ଥିଲେ।
ସୋସିଆଲ ମିଡିଆରେ ଦଳ ଦ୍ୱାରା ଆୟୋଜିତ ଏକ ସଭାରେ ଏନସିପି କର୍ମୀଙ୍କୁ ସମ୍ବୋଧିତ କରି ପାୱାର କହିଛନ୍ତି, ଅନିଲ ଦେଶମୁଖଙ୍କ ପରି କିଛି ଲୋକ ଯାଞ୍ଚର ସମ୍ମୁଖୀନ ହୋଇଥିଲେ ଏବଂ ଜେଲ ଯିବାକୁ ଗ୍ରହଣ କରିଥିଲେ। ସେ ୧୪ ମାସ ଜେଲରେ ରହିଥିଲେ। ତାଙ୍କୁ ମଧ୍ୟ ସେହି ଦଳ (ଭାଜପା) ରେ ଯୋଗଦେବାକୁ ପ୍ରସ୍ତାବ ଦିଆଯାଇଥିଲା। କିନ୍ତୁ ସେ ତାଙ୍କର ଆଦର୍ଶ ଛାଡି ନାହାଁନ୍ତି ଏବଂ ଏନସିପି ନ ଛାଡିବାକୁ ନିଷ୍ପତ୍ତି ନେଇଥିଲେ।
ନିକଟରେ ଅଜିତ ପାୱାର ତାଙ୍କ ସମର୍ଥକ ବିଧାୟକଙ୍କ ସହ ମହାରାଷ୍ଟ୍ର ସରକାରରେ ଯୋଗ ଦେଇଥିଲେ। ଏହା ପରେ ସେ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାବେଳେ ଅନ୍ୟ ୮ ଜଣ ଏନସିପି ବିଧାୟକ ମଧ୍ୟ ଜୁଲାଇରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri