ଘରକୁ ଫେରିବାକୁ ଭିକ ମାଗୁଛନ୍ତି ବାହାନଗା ପୀଡ଼ିତ

ବାରଙ୍ଗ,୨୧।୮(ଲିଙ୍ଗରାଜ ରାଉତ):ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତ ବାଲେଶ୍ୱର ଅଞ୍ଚଳର ଗଣେଶ ସାହାଣୀ ଏବେ ନନ୍ଦନକାନନ ଛକରେ ଭିକ ମାଗୁଛନ୍ତି। ନିଜ ଦୁଃଖକୁ ସେ ଅନ୍ୟପାଖରେ ବଖାଣି ନିଜର ଖାଇବା ସହ ଚିକିତ୍ସା ଓ ଘରକୁ ଯିବାକୁ ଅର୍ଥ ଯୋଗାଡ଼ କରୁଛନ୍ତି। ଗଣେଶ ପରିବାର ଚଳାଇବାକୁ ହାଇଦ୍ରାବାଦରେ ଜଣେ ରାଜମିସ୍ତ୍ରି ପାଖରେ କାମ କରୁଥିଲେ। ସେଥିରେ ଯାହା ପାରିଶ୍ରମିକ ମିଳୁଥିଲା ସେଥିରେ ସେ କଷ୍ଟେମଷ୍ଟେ ପରିବାର ଚଳାଉଥିଲେ। କିନ୍ତୁ ହାଇଦ୍ରାବାଦରୁ ଘରକୁ ଫେରୁଥିବାବେଳେ ବାହାନଗା ପାଖରେ ଟ୍ରେନ୍‌ ଦୁର୍ଘଟଣା ଘଟିଥିଲା। ଚେତା ଆସିବା ବେଳକୁ ସେ କଟକ ବଡ଼ ଡାକ୍ତରଖାନାରେ ନିଜକୁ ପାଇଥିଲେ। ଦୁର୍ଘଟଣାରେ ବାମ ହାତ ଭାଙ୍ଗିଯାଇଥିବାବେଳେ ଗୋଡ଼ରେ ଶକ୍ତ ଆଘାତ ଲାଗିଥିଲା। ଭଙ୍ଗାହାତ ଅପରେଶନ ପରେ ଶୁକ୍ରବାର ସେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଥିଲେ। ଡାକ୍ତରଖାନା ପକ୍ଷରୁ ୧୦୮ ଆମ୍ବୁଲାନ୍ସରେ ତାଙ୍କୁ ଘରକୁ ପଠାଇ ଦିଆଯାଇଥିଲା। ମାତ୍ର ଆମ୍ବୁଲାନ୍ସ ଡ୍ରାଇଭର ଗଣେଷଙ୍କୁ ଘରକୁ ନ ନେଇ ତ୍ରିଶୂଳିଆ ଛକରେ ଛାଡ଼ି ପଳାଇ ଯାଇଥିଲା। ପାଖରେ ପଇସା ନ ଥିବାରୁ ସେ ଘରକୁ ଯିବା ପାଇଁ ଭିକ ମାଗୁଛନ୍ତି। ଏଥିସହ ଆଗକୁ ଚିକିତ୍ସା ପାଇଁ ଆବଶ୍ୟକ ଥିବା ଟଙ୍କା ଯୋଗାଡ଼ ଚିନ୍ତାରେ ଥିବା ସେ କହିଛନ୍ତି। ଘରେ ସ୍ତ୍ରୀ ସହ ୨ ପିଲା ଅଛନ୍ତି। ହାତ ଭାଙ୍ଗିଯାଇଥିବାବେଳେ ଆଘାତପ୍ରାପ୍ତ ଗୋଡ଼ରେ ଠିକ୍‌ ଭାବେ ସେ ଚାଲିପାରୁନାହାନ୍ତି। ଏପରିସ୍ଥିତିରେ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି। ତେବେ ଏଭଳି ଅମାନବିକତା କାଯର୍ର୍‌ୟ କରିଥିବା ଆମ୍ବୁଲାନ୍ସ ଡ୍ରାଇଭର ଉପରେ କାଯର୍ର୍‌ୟାନୁଷ୍ଠାନ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri