ମାରଣାସ୍ତ୍ର ଦେଖାଇ ୨୫ ଭରି ସୁନାଗହଣା ଲୁଟ, ପୋଲିସର ତଦନ୍ତ

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଓଲମା ଗାଁର ଧନଞ୍ଜୟ ସାହୁଙ୍କ ଘରେ ରବିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ପରିବାର କହିବା ଅନୁଯାୟୀ ରାତି ପ୍ରାୟ ୨ଟାରେ ପାଚେରି ଡେଇଁ ଘର ମୁଖ୍ୟ କବାଟକୁ ତାଡି ୧୦ରୁ ୧୨ଜଣ ମୁଖାପିନ୍ଧା ଡକାୟତ ମାରଣାସ୍ତ୍ର ଦେଖାଇ ଗୃହକର୍ତ୍ତା ଓ ପରିବାରର ଅନ୍ୟ ସଦସ୍ୟଙ୍କୁ ଆତଙ୍କିତ କରି ପିସ୍ତଲ ମୁନରେ ପ୍ରାୟ ୨୫ ଭରି ସୁନା ଗହଣା ଲୁଟ ହୋଇଛି। ଏହାସହ ଘର ଦାମୀ ଆସବାବପତ୍ର ସହ କମ୍ପ୍ୟୁଟର,୨ଟି ଦାମୀ ସ୍ମାର୍ଟ ଟିଭି, ୪ଟି ମୋବାଇଲ, ଭଙ୍ଗାରୁଜା କରି ଡକାୟତି କରିଥିବା କୁହାଯାଉଛି। ଏହି ସମୟରେ ଘରେ ଧନଞ୍ଜୟଙ୍କ ସ୍ତ୍ରୀ ନନ୍ଦିତା, ପୁଅ, ବୋହୂ ଓ ସାନ ପୁଅ ଘରେ ଥିଲେ। ୨ ମହଲା ଘରେ ତଳେ ଧନଞ୍ଜୟଙ୍କ ସ୍ତ୍ରୀ ନନ୍ଦିତା ଓ ସାନ ପୁଅ ରହୁଥିବା ବେଳେ ଉପର ମହଲାରେ ବଡ଼ପୁଅ, ବୋହୂ ରହୁଥିଲେ। ବୋହୁ ଡକାୟତ ଘରେ ପଶିଥିବା ଜାଣି ଫୋନ କରି ସମ୍ପର୍କୀୟଙ୍କୁ ଖବର ଦେଇଥିଲେ। ଲୋକଙ୍କ ପାଟିତୁଣ୍ଡ ଶୁଣି ସମସ୍ତ ଡକାୟତ ବାଡ଼ ଡେଇଁ ଫେରାର ହେଉଥିବା ବେଳେ ଜଣେ ଡକାୟତ ବାଡ଼ରୁ ଡେଉଁଥିବା ବେଳେ ତଳେ ପଡିବାରୁ ତାଙ୍କ ଗୋଡ଼ ଭାଙ୍ଗି ଯିବାରୁ ଆଉ ଯାଇ ନ ପାରି ଗୁରୁଣ୍ଡି ଗୁରୁଣ୍ଡି ନିକଟସ୍ଥ ଏକ ଚାଷଜମିରେ ପଡି ରହିଥିଲେ। ସୋମବାର ସକାଳୁ ଗ୍ରାମବାସୀ ସମ୍ପୃକ୍ତ ଡକାୟତଙ୍କୁ ଅଟକ ରଖି ପରେ ପୋଲିସକୁ ଜିମା ଦେଇଥିଲ। ଆଉ ଜଣେ ଡକାୟତ ସନ୍ଦେହଜନକ ଅବସ୍ଥାରେ ବୁଲୁଥିବା ବେଳେ କାଉଡୋଳା ଗାଁ ନିକଟରେ ସ୍ଥାନୀୟ ଲୋକେ ଧରି ପୋଲିସରେ ଜିମା ଦେଇଛନ୍ତି। ଏହି ଯୁବକ ମଧ୍ୟ ଡକାୟତି ଦଳରେ ସମ୍ପୃକ୍ତ ରହିଥିବା କୁହାଯାଉଛି। ଧର୍ମଗଡ଼ ଏସଡିପିଓ ଧୀରଜ କୁମାର ଚୋପଦାରଙ୍କ ନେତୃତ୍ୱରେ କୋକସରା, ଆମପାଣି ଓ କଲମପୁର ପୋଲିସ ମିଳିତ ଭାବେ ଡକାୟତ ଦଳର ଅନ୍ୟ ସଦସ୍ୟଙ୍କୁ ଧରିବା ପାଇଁ ତନାଘନା ଜାରି ରଖିଛନ୍ତି। ଏ ନେଇ ଥାନାରେ ଏକ ମାମଲା (ନଂ.୨୧୬/୨୩) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri