Odisha Elections 2024

ଶାଲୁଙ୍କୁ ଲାଇଫଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର,୨୨।୮(ଅଭୟ ଦାଶ): ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ ଜେଏସ୍‌ପି ଫାଉଣ୍ଡେଶନର ଚେୟାରପର୍ସନ୍‌ ଶାଲୁ ଜିନ୍ଦଲଙ୍କୁ ନିକଟରେ ସମ୍ମାନଜନକ ସିଏସ୍‌ଆର୍‌ ଟାଇମ୍ସ ଲାଇଫଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ ପ୍ରଦାନ କରାଯାଇଛି। ବିଶେଷକରି ସାମାଜିକ ବିକାଶମୂଳକ କାର୍ଯ୍ୟକ୍ରମ ମାଧ୍ୟମରେ ସମାଜର ଦୁର୍ବଳ ଏବଂ ବଞ୍ଚିତ ବର୍ଗର ବ୍ୟକ୍ତିଙ୍କ ବିକାଶ ପାଇଁଁ ଶାଲୁଙ୍କୁ ଉପରୋକ୍ତ ସମ୍ମାନ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଜାତୀୟସ୍ତରୀୟ ସିଏସ୍‌ଆର୍‌ ସମ୍ମିଳନୀ-୨୦୨୩ ଅବସରରେ ଶାଲୁ ଉଜ୍‌ବେକିସ୍ତାନର ରାଷ୍ଟ୍ରଦୂତ ଦିଲଶୋଦ ଅଖଟୋବଙ୍କଠାରୁ ଲାଇଫଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ ଗ୍ରହଣ କରିଥିଲେ। ଉକ୍ତ ସମ୍ମିଳନୀରେ କେନ୍ଦ୍ର ରାଜ୍ୟମନ୍ତ୍ରୀ ଏସ୍‌.ପି.ବଘେଲ୍‌ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ମେଜର ଜେନେରାଲ୍‌ ରବୀନ୍ଦ୍ର ସିଂ, ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ସଦସ୍ୟ ଲ୍ୟୁଟନାଣ୍ଟ ଜେନେରାଲ୍‌(ଅବସରପ୍ରାପ୍ତ) ସୟଦ ଅତା ହସନୈନ୍‌, ସିଏସଆର ଟାଇମ୍ସର କାର୍ଯ୍ୟନିର୍ବାହୀ ସମ୍ପାଦକ ରବି ଶଙ୍କରଙ୍କ ସମେତ ସିଏସଆର ଟାଇମ୍ସର ସମ୍ପାଦକ ହରିଶ ଚାନ୍ଦର ଏବଂ ବରିଷ୍ଠ କର୍ପୋରେଟ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଶାଲୁ ଜିନ୍ଦଲ କହିଥିଲେ, ସାମାଜିକ ତଥା ସାଂସ୍କୃତିକ ପ୍ରୟାସ ପାଇଁ ମୋତେ ଏହି ସ୍ବୀକୃତି ଦିଆଯାଇଥିବାରୁ ମୁଁ ଆୟୋଜକଙ୍କୁ ଧନ୍ୟବାଦ ଜଣାଉଛି। ସେହିଭଳି ଉକ୍ତ ସମ୍ମାନ ଆଗକୁ ଆହୁରି ଅଧିକ କାର୍ଯ୍ୟ କରିବା ପାଇଁ ଉତ୍ସାହିତ କରିବ। ଅପରପକ୍ଷରେ ଜେଏସ୍‌ପି ଫାଉଣ୍ଡେସନ କ୍ରମାଗତ ଭାବେ ସାରା ଦେଶରେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ପ୍ରୟାସ ଜାରି ରଖିଛି। ଏପରିକି ସାମାଜିକ ମଙ୍ଗଳ କ୍ଷେତ୍ରରେ ଦେଶର ଅନ୍ୟ କର୍ପୋରେଟ୍‌ ସଂସ୍ଥାଗୁଡ଼ିକ ପାଇଁ ଏକ ଉଚ୍ଚ ମାନଦଣ୍ଡ ସ୍ଥିର ହୋଇପାରିଛି। ସେହିପରି ସାମାଜିକ କାର୍ଯ୍ୟ ବ୍ୟତୀତ ଶାଲୁ ଜିନ୍ଦଲ ପ୍ରସିଦ୍ଧ କୁଚିପୁଡି ନୃତ୍ୟାଙ୍ଗନା ଭାବେ ବେଶ୍‌ ଜଣାଶୁଣା। ବିଶେଷ କରି ବିଶ୍ୱସ୍ତରରେ ଭାରତୀୟ କଳା ଓ ସଂସ୍କୃତିର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଦୀର୍ଘ ବର୍ଷ ହେବ କାର୍ଯ୍ୟ କରି ଆସୁଛନ୍ତି। ଏପରି କି ଶାଲୁ ଜାତୀୟ ବାଲ ଭବନର ଚେୟାରପର୍ସନ୍‌ ତଥା ୟଙ୍ଗ ଫିକିର ପ୍ରତିଷ୍ଠାତା ସଭାପତି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଶାଲୁ ଜିନ୍ଦଲ ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟ ଛତିଶଗଡର କୁଳପତି ଭାବେ ମଧ୍ୟ କାର୍ଯ୍ୟ କରୁଛନ୍ତି। ଶାଲୁ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍‌ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍‌ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ...

ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍‌ ସ୍ଲାଭେନ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍‌ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।...

ଆଜି ଖୋଲିବ ଏବିଏଲ୍‌ର ରାଟଟ୍‌ସ ଇସ୍ୟୁ

ନୂଆଦିଲ୍ଲୀ,୨୧।୫: ଦେଶର ଅଗ୍ରଣୀ ତଥା ଏକ ପିୟୋର ଭେଜ (ପୂର୍ଣ୍ଣ ଶାକାହାରୀ) ପ୍ରାଣୀ ସ୍ବାସ୍ଥ୍ୟ ପ୍ରଯତ୍ନକାରୀ ସମାଧାନ କମ୍ପାନୀ ଅଜୁନି ବାୟୋଟେକ ଲିମିଟେଡ ବା ଏବିଏଲ...

ବିଓଏମ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୧।୫: ବ୍ୟାଙ୍କ୍‌ ଅଫ ମହାରାଷ୍ଟ୍ର (ବିଓଏମ୍‌)ର ବାର୍ଷିକ ଫଳାଫଳ ଅନୁଯାୟୀ ବ୍ୟାଙ୍କ ମୋଟ୍‌ ବ୍ୟବସାୟ ଅଭିବୃଦ୍ଧି ତଥା ଋଣଦାତାଙ୍କ ମଧ୍ୟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ...

ଶୁଭେନ୍ଦୁ ନାଲ୍‌କୋର ମାନବସମ୍ବଳ ମହାପ୍ରବନ୍ଧକ

ଅନୁଗୋଳ,୨୧ା୫ (ଅମିତ କୁମାର ସାମଲ): ଅନୁଗୋଳସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂଆ ମାନବ ସମ୍ବଳ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ତୁଲାଇବେ ଶୁଭେନ୍ଦୁ କୁମାର ନାୟକ। ଏ...

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ...

ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ...

ପ୍ରଥମଥର ୩ ଲକ୍ଷ କୋଟି ପାର କଲା ବ୍ୟାଙ୍କ ଗୁଡ଼ିକର ଲାଭ

ମୁମ୍ବାଇ,୨୦।୫: ପ୍ରଥମ ଥର ପାଇଁ ବ୍ୟାଙ୍କିଙ୍ଗ କ୍ଷେତ୍ରର ମୋଟ ଲାଭ ଆର୍ଥିକ ବର୍ଷ ୨୦୨୪ ରେ ୩ ​​ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ତାଲିକାଭୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri