ବିପଦ ସାଜିଛି ଦାସିଙ୍ଗବାଡ଼ି, ଶ୍ରାନିକେତା ଘାଟି

ଦାରିଙ୍ଗବାଡି ୨୨ା୮(ଅରୁଣ ସାହୁ ): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଏକାଧିକ ଘାଟି ରାସ୍ତା ଏବେ ବିପଦପୂର୍ଣ୍ଣ ହୋଇଛି। ବାରମ୍ବାର ବର୍ଷା ଯୋଗୁ ଚଳିତବର୍ଷ ଶ୍ରାନିକେତାର ଜାତୀୟରାଜପଥ ଘାଟି ରାସ୍ତାରେ ଭୂସ୍ଖଳନ ହେବା ଭୟ ଲୋକଙ୍କୁ ଆତଙ୍କିତ କରୁଛି। ଚଳିତବର୍ଷ ଉକ୍ତ ଘାଟିରେ ଏକାଧିକ ପାଇନ ଗଛ ଉପୁଡ଼ିବା ସହ ବଡ଼ ବଡ଼ ପଥର ପଡ଼ିଥିବା ନଜିର ରହିଥିବା ବେଳେ ଏବେ ମଧ୍ୟ ଅନେକ ପାଇନ ଗଛର ଚେରରେ ଅଳ୍ପ ମାଟି ଲାଗି ରହିଥିବାରୁ ସେହି ରାସ୍ତା ଦେଇ ଲୋକେ ଯାତାୟାତ କରିବାକୁ ଭୟ କରୁଛନ୍ତି। ରାଜପଥ ସମ୍ପ୍ରସାରଣ ପରେ ଗାର୍ଡଓାଲ ନିର୍ମାଣରେ ତ୍ରୁଟି ଯୋଗୁ ଏହି ବିପଦ ବୃଦ୍ଧି ପାଇଛି । ଏବେ ଉକ୍ତ ପାଇନ ବୃକ୍ଷର ସୁରକ୍ଷା ସହ ମୃତ୍ତିକ ସଂରକ୍ଷଣ ପାଇଁ ଜାତୀୟ ରାଜପଥ ବିଭାଗ ସହ ଆଲୋଚନା କରାଯାଇଛି। ଶୀର୍ଘ ପଦକ୍ଷେପ ନେବାକୁ ପ୍ରୟାସ କରାଯାଉଛି ବୋଲି ବାଲିଗୁଡ଼ା ଉପଖଣ୍ଡ ଏସିଏଫ୍‌ ସତିଶ କୁମାର ଧାରୁଆ କହିଛନ୍ତି। ସେ କହିଛନ୍ତି ଯେ, ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ଥିବା ୩ ପ୍ରକାର ପାଇନ୍‌ ବୃକ୍ଷକୁ ପସନ୍ଦ କରିନ୍ତି ତେଣୁ ଏହାର ସୁରକ୍ଷା ପ୍ରତି ଦେଉଛୁ ବୋଲି କହିଛନ୍ତି। ସେହିପରି ଦାରିଙ୍ଗବାଡ଼ିଠାରୁ ବ୍ରାହ୍ମଣୀଗାଁକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗର ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଉକ୍ତ ରାସ୍ତାର ପାଙ୍ଗାଲି ଠାରୁ ଦାସିଙ୍ଗବାଡ଼ି ମଝିରେ ରହିଥିବା ଅଙ୍କାବଙ୍କା ରାସ୍ତା ସମ୍ପ୍ରସାରଣ କରାଯାଇଥିଲେ ସୁଦ୍ଧା ଉକ୍ତ ଘାଟି ଉପରେ ଯେଉଁଠି ପର୍ଯ୍ୟଟକମାନେ ପାହାଡ଼ ଉପରେ ଠିଆହୋଇ ଘାଟିର ସୌନ୍ଦର୍ଯ୍ୟକୁ ଉପଭୋଗ କରୁଛନ୍ତି ଏବେ ସେହି ସ୍ଥାନରେ ବଡ଼ ବଡ଼ ଫାଟ ସୃଷ୍ଟି ହେବା ସହ ଭୂସ୍ଖଳନ ହେବା ପରିସ୍ଥିତି ସୃଷ୍ଟି ହୋଇଛି। ଲଗାଣ ବର୍ଷା ହେଲେ ଉକ୍ତ ଘାଟି ରାସ୍ତା ଭୂସ୍ଖଳନ ହୋଇପାରେ ବୋଲି ଅଞ୍ଚଳବାସୀ ଏବଂ ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକମାନେ ଆଶଙ୍କା କରିଛନ୍ତି।
ଉକ୍ତ ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇନାହିଁ, ଶୀଘ୍ର ଗାର୍ଡୱାଲ କରାଯାଇ ବିପଦମୁକ୍ତ କରାଯିବ ବୋଲି ବିଭାଗୀୟ କନିଷ୍ଠ ଯନ୍ତ୍ରୀ ପ୍ରଦୀପ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri