ଡିଆଇଜି ବ୍ରିଜେଶ ରାୟଙ୍କୁ ବଦଳି

ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଜଣେ ମହିଳା ହୋମ୍‌ଗାର୍ଡଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କୁ ରାଜ୍ୟ ସରକାର କଟକସ୍ଥିତ ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ତ୍ରୀ ଜଣେ ମହିଳା ହୋମ୍‌ଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଡିଆଇଜିଙ୍କ ସ୍ତ୍ରୀଙ୍କ ନିର୍ଯାତନା ସହି ନ ପାରି ମହିଳା ହୋମ୍‌ଗାର୍ଡ ସୈରିଦ୍ରୀ ସାହୁ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କର ଦୁଇଟି ଯାକ ଗୋଡ଼ କଟି ଯାଇଥିବା ବେଳେ ସେ ଏବେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ରେ ମାମଲା ରୁଜୁ ହୋଇଛି।
ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଅନୁଗୋଳରେ ଅବସ୍ଥାପିତ ବ୍ରିଜେଶ ରାୟଙ୍କ ବାସଭବନରେ ହୋମ୍‌ଗାର୍ଡ ସୈରିଦ୍ରୀ ନିୟୋଜିତ ହୋଇଥିଲେ। ତେବେ ତାଙ୍କୁ ଡିଆଇଜିଙ୍କ ସ୍ତ୍ରୀ ସବୁବେଳେ ନିର୍ଯାତନ ଦେଉଥିଲେ। ଏପରି କି ଚାକିରି ନେଇଯିବାର ଧମକ ଦେଇ ଗତ ୪ ତାରିଖରେ ସୈରିଦ୍ରୀଙ୍କୁ ଧକ୍କା ଦେଇ ବାହାର କରି ଦେଇଥିବା ଅଭିଯୋଗ ହୋଇଛି। ଏହାପରେ ସେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଦୁଇଟି ଯାକ ଗୋଡ଼ ହରାଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକର ଏକ ଘରୋଇ ମେଡିକାଲରେ ଚିକିତ୍ସା କରାଯାଉଛି।
ସୈରିଦ୍ରୀ ଅଗଷ୍ଟ ୧୩ରେ ତାଙ୍କ ଉପରେ ହୋଇଥିବା ନିର୍ଯାତନା ସମ୍ପର୍କରେ ଲିଖିତ ଭାବେ ହୋମ୍‌ଗାର୍ଡ ଡିଜିଙ୍କୁ ଜଣାଇଥିଲେ। ଅନ୍ୟପଟେ ନିର୍ଯାତନା ଅଭିଯୋଗକୁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ତାଙ୍କର (ସୈରିଦ୍ରୀ ସାହୁ) ପାରିବାରିକ ସମସ୍ୟା ଥିଲା। ସେ ଅନ୍ୟମନସ୍କ ରହୁଥିଲେ। ତାଙ୍କୁ କୌଣସି ନିର୍ଯାତନା ଦିଆଯାଇ ନାହିଁ ବୋଲି ରାୟ କହିଛନ୍ତି।
ସୈରିଦ୍ରୀଙ୍କ ସ୍ବାମୀଙ୍କର ପୂର୍ବରୁ ମୃତ୍ୟୁ ହୋଇସାରିଥିବା ବେଳେ ସେ ନିଜ ୨ ଝିଅଙ୍କ ସହ ରହୁଛନ୍ତି। ତାଙ୍କ ରୋଜଗାରରେ ପରିବାର ଚଳୁଥିବା ବେଳେ ଏବେ ସେ ଦୁଇଟି ଯାକ ଗୋଡ଼ ହରାଇଛନ୍ତି। ତେଣୁ ତାଙ୍କୁ ତୁରନ୍ତ ଆର୍ଥିକ ସହାୟତା ଦେବାକୁ ଦାବି ହୋଇଛି। ଏହି ଘଟଣାରେ ମାନବାଧିକାର କର୍ମୀ ଜୟନ୍ତ ଦାସଙ୍କ ପକ୍ଷରୁ ଏନଏଚଆରସିରେ ମାମଲା ରୁଜୁ ହୋଇଛି। ଏପରି ଅମାନୁଷିକ କାଣ୍ଡ ପାଇଁ ଡିଆଇଜି ଓ ତାଙ୍କ ସ୍ତ୍ରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ସହ ପୀଡ଼ିତା ହୋମ୍‌ଗାର୍ଡଙ୍କୁ ୩୦ ଲକ୍ଷ କ୍ଷତିପୂରଣ ଦେବାକୁ ଆବେଦନରେ ଉଲ୍ଲେଖ କରାଯାଇଛି। କ୍ଷତିପୂରଣ ରାଶି ଡିଆଇଜିଙ୍କ ଦରମାରୁ କାଟିବା ପାଇଁ ଏତଲାରେ ଦର୍ଶାଯାଇଛି।
ହୋମ୍‌ଗାର୍ଡମାନଙ୍କୁ ସରକାରୀ କାମରେ ଲଗାଇବା ବଦଳରେ ଘରୋଇ କାମରେ ନିୟୋଜିତ କରାଯାଉଥିବା ଅନେକ ସମୟରେ ଅଭିଯୋଗ ହେଉଛି। ସ୍ବଳ୍ପ ବେତନଭୋଗୀ ହୋମ୍‌ଗାର୍ଡମାନେ ଚାକିରି ବଞ୍ଚାଇବା ପାଇଁ ହାକିମଙ୍କ କାମ ବିନା ପ୍ରତିବାଦରେ କରୁଛନ୍ତି। ଚାକିରି ଚାଲିଯିବା ଭୟ ଥିବାରୁ ଅନେକେ ମୁହଁ ଖୋଲୁନାହାନ୍ତି। ଉଚ୍ଚ ପାହ୍ୟାର ଅଧିକାରୀଙ୍କ ଘରେ ବ୍ୟକ୍ତିଗତ କାମ ପାଇଁ ୨ରୁ ୪ ଜଣ ଲେଖାଏ ହୋମ୍‌ଗାର୍ଡଙ୍କୁ ନିୟୋଜିତ କରାଯାଉଛି। ଏଭଳି ପ୍ରଥାକୁ ବନ୍ଦ କରିବାକୁ ବିଭିନ୍ନ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri