Odisha Elections 2024

୨ ଅଧିକାରୀଙ୍କୁ ୫ବର୍ଷ ଲେଖାଏ ଜେଲଦଣ୍ଡ

ବାଲେଶ୍ୱର, ୨୩।୮ (ମାନସ ବିଶ୍ୱାଳ): ଚିଟ୍‌ଫଣ୍ଡ ଠକେଇ ମାମଲାର ବିଚାର କରି ବାଲେଶ୍ୱର ସ୍ବତନ୍ତ୍ର ଓପିଆଇଡି (ଓଡ଼ିଶା ପ୍ରୋଟେକ୍ସନ୍‌ ଅଫ୍‌ ଇଣ୍ଟରେଷ୍ଟ ଅଫ୍‌ ଡିପୋଜିଟର) କୋର୍ଟ ଜଜ୍‌ ବିଶ୍ୱଜିତ ଦାସ ସାରଦା ଚିଟ୍‌ଫଣ୍ଡର ଷ୍ଟେଟ୍‌ କୋଅର୍ଡିନେଟର ବିଚିତ୍ରାନନ୍ଦ ଦାସ ଓ ବାଲେଶ୍ୱର ବ୍ରାଞ୍ଚ ମ୍ୟାନେଜର ବାସୁଦେବ ସାମଲଙ୍କୁ ୫ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଉଭୟଙ୍କୁ ୨ଲକ୍ଷ ୪୦ହଜାର ଟଙ୍କା ଲେଖାଏ ଜରିମାନା କରାଯାଇଛି। ଜରିମାନା ଅନାଦାୟେ ଅଧିକ ୨ବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।
ଫକୀରମୋହନ ଗୋଲେଇରେ ଥିବା ସୁଧାଞ୍ଜଳି ଟାୱାରରେ ୨୦୧୦ ଜାନୁୟାରୀରେ ସାରଦା ରିୟଲିଟି ଇଣ୍ଡିଆ ଲିମିଟେଡ୍‌ ନାମରେ ଏକ ସଂସ୍ଥା ଖୋଲିଥିଲା। ଏହା ଅଧିକ ସୁଧ ଏବଂ ସୁବିଧା ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ ଲୋକଙ୍କଠାରୁ ରେକରିଂ ଡିପୋଜିଟ୍‌ (ଆର୍‌ଡି) ଓ ଫିକ୍ସଡ ଡିପୋଜିଟ୍‌ (ଏଫ୍‌ଡି) ମାଧ୍ୟମରେ ଟଙ୍କା ଉଠାଉଥିଲେ। ଏହି କାର୍ଯ୍ୟରେ ସ୍ଥାନୀୟ ଲୋକଙ୍କୁ ଏଜେଣ୍ଟ ଭାବରେ ବ୍ୟବହାର କରାଯାଉଥିଲା। ଜମାକାରୀଙ୍କୁ ପ୍ରଲୋଭିତ କରି ସଂସ୍ଥା ବିଭିନ୍ନ ସ୍କିମ୍‌ ଯଥା ସାରଦା ରିୟଲିଟି ଓ ସାରଦା ଟୁର୍‌ ଆଣ୍ଡ ଟ୍ରାଭେଲ୍ସ ଆଦିରେ ଟଙ୍କା ଲଗାଇ ୨୭୩୫ ଜମାକାରୀଙ୍କଠାରୁ ୪କୋଟି ୧୬ଲକ୍ଷ ଟଙ୍କା ଠକି ନେଇଥିଲା। ୨୦୧୩ ଜାନୁୟାରୀରୁ ସଂସ୍ଥା ଲୋକଙ୍କ ପ୍ରାପ୍ୟ ଟଙ୍କାକୁ ଫେରସ୍ତ ବନ୍ଦ କରିବା ସହ ସେହିବର୍ଷ ଏପ୍ରିଲରୁ ବାଲେଶ୍ୱର ଶାଖା କାର୍ଯ୍ୟାଳୟ ଓ ଆଖପାଖ ଅଞ୍ଚଳରେ ଥିବା ସମସ୍ତ ଅଫିସ୍‌କୁ ବନ୍ଦ କରିଥିଲା। ଜମାକାରୀମାନେ ବାଧ୍ୟ ହୋଇ କମ୍ପାନୀର ମୁଖ୍ୟ ସୁଦୀପ୍ତ ସେନଙ୍କ ସମେତ ସହଯୋଗୀଙ୍କ ନାମରେ ଅଭିଯୋଗ ଆଣି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସିଂଲା ଥାନା ଅଧୀନ ସିଂଲା ଅଞ୍ଚଳର ଗିରିଜା ଶଙ୍କର ଦାଶଙ୍କ ଅଭିଯୋଗ ଅନୁସାରେ ବାଲେଶ୍ୱର ଓପିଆଇଡି କୋର୍ଟରେ ସିଟି ମାମଲା(ନଂ.୯(ସି)/୨୦୧୬) ରୁଜୁ କରାଯାଇଥିଲା। ପରେ ଏହା ଇଓଡବ୍ଲ୍ୟୁକୁ ସ୍ଥାନାନ୍ତରିତ କରାଯାଇଥିଲା। ଜଜ୍‌ ବିଶ୍ୱଜିତ ଦାସ ୬୫ଜଣ ସାକ୍ଷ୍ୟ ଓ ୧୪୪ଟି ଦଲିଲ୍‌ ଦସ୍ତାବିଜ୍‌କୁ ଭିତ୍ତିକରି ଉକ୍ତ ସଂସ୍ଥାରେ କାର୍ଯ୍ୟ କରୁଥିବା ଚାନ୍ଦିପୁର ଥାନା ଶ୍ରୀକୋଣା ଗ୍ରାମର ବାସୁଦେବ ସାମଲ ଓ ସହଦେବଖୁଣ୍ଟା ମଡେଲ ଥାନା ରାଣୀପାଟଣା ଅଞ୍ଚଳର ବିଚିତ୍ରାନନ୍ଦ ଦାସଙ୍କୁ ଉପରୋକ୍ତ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ସାରଦା ରିୟଲିଟି ଇଣ୍ଡିଆ ଲିମିଟେଡ ନାମରେ ଥିବା ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ସହ ବାଲେଶ୍ୱର ତହସିଲ ଅଧୀନ ଶ୍ରୀକୋଣା ମୌଜାରେ ୧୩ଏକର ୬୪ ଡିସିମିଲ ଜମିକୁ ପୂର୍ବରୁ କୋର୍ଟଙ୍କ ନିର୍ଦ୍ଦେଶରେ ବାଜ୍ୟାପ୍ତି କରାଯାଇଥିଲା। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri