Posted inଜାତୀୟ

ଆଜମ ଖାନ୍‌ଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୨୩।୮: ସମାଜବାଦୀ ପାର୍ଟି ନେତା ଆଜମ ଖାନ ୨୦୦୭ରେ ରାମପୁରର ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବିରୋଧରେ ଆପତ୍ତିଜନକ ବିବୃତ୍ତି ମାମଲାର ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି କରାଯାଇଥିଲା। ଶୁଣାଣି ସମୟରେ ଆଜମ ଖାନଙ୍କୁ ଆଶ୍ୱସ୍ତି ପ୍ରଦାନ କରି କୋର୍ଟ ଟ୍ରାଏଲ କୋର୍ଟର ଆଦେଶକୁ ସ୍ଥଗିତ ରଖିଛନ୍ତି। ଏହା ବ୍ୟତୀତ ଆଜମ ଖାନଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନୋଟିସ ଦେଇଛନ୍ତି।
ଭଏସ୍‌ ସାମ୍ପଲ୍‌ ଦେବା ପାଇଁ ନିମ୍ନ ଅଦାଲତର ନିର୍ଦ୍ଦେଶ ବିରୋଧରେ ଆଜମ ଖାନ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ଏସପି ନେତାଙ୍କ ଓକିଲ କପିଲ ସିବଲ ମଙ୍ଗଳବାର ଏହି ଆବେଦନ ଉପରେ ଶୁଣାଣି କରିବାକୁ ଦାବି କରିଥିଲେ। ଏହା ପରେ ବୁଧବାର ସୁପ୍ରିମକୋର୍ଟ ଏକ ଶୁଣାଣି କରିବେ ବୋଲି କହିଥିଲେ। ବୁଧବାର ଜଷ୍ଟିସ ଏସ ବୋପାନ୍ନା ଏବଂ ଜଷ୍ଟିସ ପି.କେ ମିଶ୍ରଙ୍କ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିଛନ୍ତି।
୨୦୦୭ ବିଧାନସଭା ନିର୍ବାଚନ ସମୟରେ ଆଜମ ଖାନ ଏକ ସାଧାରଣ ସଭାରେ ସମ୍ବୋଧିତ କରିବା ସମୟରେ ଉତ୍ତେଜନାମୂଳକ ଭାଷଣ ଦେଇଥିଲେ। ଏଥିରେ ଆପତ୍ତିଜନକ ଭାଷା ବ୍ୟବହୃତ ହୋଇଥିଲା। ଏହା ପରେ ଧୀରଜ କୁମାର ସିଂ ରାମପୁରର ତାଣ୍ଡା ପୋଲିସ ଷ୍ଟେଶନରେ ଆଜମଙ୍କ ବିରୋଧରେ ମାମଲା ଦାୟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri