ଗୋଷ୍ଠୀ କଲ୍ୟାଣକୁ ଅଗ୍ରାଧିକାର

ଭୁବନେଶ୍ୱର,୨୪।୮: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ସହଯୋଗୀ ସଂସ୍ଥା ବେଦାନ୍ତ ଆଇରନ ଓର୍‌ ପକ୍ଷରୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଓଡ଼ିଶାରେ କରାଯାଉଛି। ଏପରିକି କମ୍ପାନୀର ଓଡ଼ିଶା ବ୍ୟବସାୟ ଏକ ଦାୟିତ୍ୱପୂର୍ଣ୍ଣ ସାର୍ବଜନୀନ ସଂସ୍ଥା ଭାବେ କାର୍ଯ୍ୟ କରୁଛି। ଫଳରେ କମ୍ପାନୀ ରାଜ୍ୟର ଶିଳ୍ପ ପ୍ରଗତି ଉପରେ ଧ୍ୟାନ ଦେଇଥାଏ। କମ୍ପାନୀର ଉତ୍ସର୍ଗ କେବଳ ବ୍ୟବସାୟିକ ଉଦ୍ଦେଶ୍ୟ ନୁହେଁ। ଏହା ଶ୍ରମିକମାନଙ୍କ କଲ୍ୟାଣ,ସ୍ଥାନୀୟ ସାମାଜିକ-ଅର୍ଥନୈତିକ ଦୃଶ୍ୟପଟର ଅଗ୍ରଗତି ଏବଂ ନିଜର କାର୍ଯ୍ୟକଳାପ ଦ୍ୱାରା ସ୍ଥାନୀୟ ଗୋଷ୍ଠୀଙ୍କର ଉନ୍ନତିକୁ ଆପଣେଇ ନେଇଛି। କମ୍ପାନୀର ବିସ୍ତୃତ ସିଏସ୍‌ଆର୍‌ କାର୍ଯ୍ୟକ୍ରମର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ବେଦାନ୍ତର ଆଇରନ ଓର୍‌ ଓଡ଼ିଶା ବ୍ୟବସାୟ ଅନେକ ସାମାଜିକ ଦାୟିତ୍ୱବୋଧ ପଦକ୍ଷେପ ମାଧ୍ୟମରେ ବହୁ ଗ୍ରାମବାସୀଙ୍କ ଉପରେ ଏକ ସକାରାତ୍ମକ ପ୍ରଭାବ ପକାଇବାକୁ ସକ୍ଷମ ହୋଇଛି।

ଏ ନେଇ କମ୍ପାନୀ ପକ୍ଷରୁ କୁହାଯାଇଛି, ଆମେ ସ୍ବଚ୍ଛ ବ୍ୟବସାୟିକ ଔପଚାରିକତା ଏବଂ ପ୍ରକ୍ରିୟା ଅନୁସରଣ କରିଥାଉ। ଆମର କାର୍ଯ୍ୟ ଏବଂ ବ୍ୟବସାୟ ସ୍ଥାନୀୟ ଅଂଶୀଦାରମାନଙ୍କ ସହିତ ନିରନ୍ତର ଯୋଗାଯୋଗରେ ରହି ସେମାନଙ୍କୁ ବ୍ୟବସାୟ ତଥା ଅନ୍ୟାନ୍ୟ କ୍ଷେତ୍ରରେ ପରୋକ୍ଷ ରାଜସ୍ବ ଉପଲବ୍ଧି ଲାଗି ସେମାନଙ୍କୁ ସମାନ ସୁଯୋଗ ପ୍ରଦାନ କରିବା ନିଶ୍ଚିତ କରିଥାଉ। ଉଭୟ ଖଣିରେ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ନିଯୁକ୍ତି କ୍ଷେତ୍ରରେ ୯୦% ରୁ ଅଧିକ ସ୍ଥାନୀୟ ତଥା ଓଡ଼ିଶାର କର୍ମଚାରୀଙ୍କୁ ସୁଯୋଗ ପ୍ରଦାନ କରାଯାଇଛି। ସେହିଭଳି ସ୍ଥାନୀୟ ନିୟମାବଳୀକୁ କଡାକଡି ପାଳନ କରି କମ୍ପାନୀ କାର୍ଯ୍ୟଧାରା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୬୦୦ ପଏଣ୍ଟ ଖସିଲା ସେନ୍‌ସେକ୍ସ, ୨ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୯।୫: ଗୁରୁବାର ଅପରାହ୍ନ ବାଣିଜ୍ୟ ସେସନ୍‌ରେ ଉଭୟ ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇବାରୁ ନିବେଶକମାନେ 2 ଲକ୍ଷ କୋଟିରୁ ଅଧିକ ଟଙ୍କା କ୍ଷ୍ୟତି ସହିଛନ୍ତି।...

ଅକ୍ଷୟ ତୃତୀୟା ପୂର୍ବରୁ ବୃଦ୍ଧି ପାଇଲା ସୁନା ଓ ରୂପା ମୂଲ୍ୟ, ଜାଣନ୍ତୁ ପ୍ରମୁଖ ସହର ଗୁଡିକର ତାଜା ରେଟ୍ ?

ନୂଆଦିଲ୍ଲୀ,୯।୫: ଶୁକ୍ରବାର ଅକ୍ଷୟ ତୃତୀୟା ପର୍ବ ସାରା ଦେଶରେ ପାଳନ କରାଯିବ। ଏହି ଦିନ ସୁନା କିଣିବାର ବିଶେଷ ମହତ୍ତ୍ୱ ରହିଛି। ଯଦି ଆପଣ ମଧ୍ୟ...

ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ମାଇଲ ଗୋଲ୍ଡର ବମ୍ପର ଅଫର, ଆକର୍ଷଣୀୟ ରିହାତି ଘୋଷଣା

ଭୁବନେଶ୍ୱର,୯।୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ଶହୀଦନଗରସ୍ଥିତ ସ୍ମାଇଲ ଗୋଲ୍ଡ ଜୁଏଲର୍ସ ପକ୍ଷରୁ ‘ବମ୍ପର ଅଫର’ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷର...

ରୁଚି ଫୁଡ୍‌ଲାଇନର ନୂତନ ଟିଭିସି ଲୋକାର୍ପିତ

ଭୁବନେଶ୍ୱର,୯।୫ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଘରୋଇ ସଂସ୍ଥା ‘ରୁଚି ଫୁଡ୍‌ଲାଇନ୍‌’ର ବହୁ ପ୍ରତୀକ୍ଷିତ ତଥା ଜନସଚେତନତାମୂଳକ ବାର୍ତ୍ତା ସମ୍ବଳିତ ନୂଆ ଟିଭି ବିଜ୍ଞାପନ ବା...

ଡିସ୍‌ ଟିଭି ସ୍ମାର୍ଟ+ ସେବାର ଶୁଭାରମ୍ଭ

ଭୁବନେଶ୍ୱର,୯।୫: ଡିସ୍‌ ଟିଭି ଇଣ୍ଡିଆ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧାଭିତ୍ତିକ ‘ଡିସ୍‌ ଟିଭି ସ୍ମାର୍ଟ+’ ସେବାର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri