Posted inଜାତୀୟ

‘ଭାରତ ବିଶ୍ୱକୁ ଆଧ୍ୟାତ୍ମିକ ପ୍ରଗତି ପଥରେ ଆଗେଇ ନେବ’

ନାଗପୁର,୨୪।୮: ଭାରତ ବିଶ୍ୱକୁ ଆଧ୍ୟାତ୍ମିକ ପ୍ରଗତି ପଥରେ ଆଗେଇ ନେବ ବୋଲି ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନର ମୁଖ୍ୟ ମୋହନ ଭଗବତ କହିଛନ୍ତି। ଚନ୍ଦ୍ରାୟନ-୩ ର ସଫଳ ଅବତରଣରେ ସେ କହିଛନ୍ତି ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଚନ୍ଦ୍ରର ଦକ୍ଷିଣ ମେରୁରେ କେହି ଅବତରଣ କରି ନ ଥିଲେ, ଆମର ବୈଜ୍ଞାନିକମାନେ ଦୀର୍ଘ ଦିନର ପରିଶ୍ରମ ପରେ ସେଠାରେ ପ୍ରଥମ ଅବତରଣ କରିବାର ଗୌରବ ହାସଲ କରିଛନ୍ତି। ଏହା କେବଳ ଦେଶ ପାଇଁ ନୁହେଁ, ସମଗ୍ର ବିଶ୍ୱର ମାନବିକତା ପାଇଁ ସମ୍ଭବ ହୋଇଛି। ବର୍ତ୍ତମାନ ଭାରତ ବିଶ୍ୱକୁ ଉଭୟ ଭୌତିକ ଏବଂ ଆଧ୍ୟାତ୍ମିକ ପ୍ରଗତିର ପଥରେ ଆଗେଇବ।
ଭାଗବତ କହିଛନ୍ତି ଯେ, ସମଗ୍ର ବିଶ୍ୱକୁ ‘ବସୁଧୈବ କୁଟୁମ୍ବକମ’ ଦୃଷ୍ଟିକୋଣରୁ ଦେଖୁଥିବା ଭାରତ ବିଶ୍ୱକୁ ଶାନ୍ତି ଏବଂ ସମୃଦ୍ଧତା ଆଡ଼କୁ ଗତି କରିଛି। ଆମର ବୈଜ୍ଞାନିକମାନେ ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା ଆମ ପାଇଁ ଆଣିଥିବା ଗର୍ବର ମୁହୂର୍ତ୍ତ ପାଇଁ ଆମେ କୃତଜ୍ଞ। ସ୍ବାଧୀନତାର ଅମୃତ ମହୋତ୍ସବରେ ଏହା ଏକ ବାସ୍ତବିକ ଅମୃତ ବର୍ଷା କରୁଥିବା କ୍ଷଣ। ଏହା ଆମେ ସମସ୍ତେ ନିଜ ଆଖିରେ ଦେଖିଲୁ। ବର୍ତ୍ତମାନ ଆମେ ଆମର କର୍ତ୍ତବ୍ୟ ପାଇଁ ଜାଗ୍ରତ, ଏବଂ ଆଗକୁ ବଢିବା ଆବଶ୍ୟକ। ଆଗକୁ ବଢିବାକୁ ହେଲେ ଆମର ସମସ୍ତ ଆବଶ୍ୟକୀୟ ସାମର୍ଥ୍ୟ, ଆବଶ୍ୟକ କଳା କୌଶଳ ବିକାଶ ହେବା ଉଚିତ୍‌। ଆଜିର ଘଟଣା ଏହା ପ୍ରମାଣ କରିଛି। ମୁଁ ପୁଣି ଥରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ହୃଦୟରୁ କହୁଛି – ଭାରତ ମାତା କି ଜୟ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri