ୱାଗନର୍‌ ଗ୍ରୁପ୍‌ର ମୁଖ୍ୟଙ୍କ ମୃତ୍ୟୁକୁ ନେଇ ପ୍ରଥମ ପ୍ରତିକ୍ରିୟା ଦେଲେ ପୁଟିନ

ମସ୍କୋ,୨୫।୮: ବିମାନ ଦୁର୍ଘଟଣାରେ ୱାଗନର୍‌ ଗ୍ରୁପ୍‌ର ମୁଖ୍ୟ ୟେଭ୍‌ଗେନି ପ୍ରିଗୋଝିନଙ୍କ ମୃତ୍ୟୁକୁ ନେଇ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଃଖ ପ୍ରକାଶ କରିଛନ୍ତି। ପୁଟିନ କହିଛନ୍ତି ଯେ, ସର୍ବପ୍ରଥମେ ମୁଁ ବିମାନ ଦୁର୍ଘଟଣାରେ ମୃତ ସମସ୍ତ ପରିବାର ପ୍ରତି ମୋର ଆନ୍ତରିକ ସମବେଦନା ଜଣାଉଛି।
ସେ ପ୍ରିଗୋଝିନଙ୍କ ଜଣେ ପ୍ରତିଭା ଭାବରେ ବର୍ଣ୍ଣନା କରିଥିଲେ ଯିଏ ଗୁରୁତର ଭୁଲ କରିଥିଲେ କିନ୍ତୁ ଫଳାଫଳ ମଧ୍ୟ ହାସଲ କରିଥିଲେ। ମସ୍କୋରେ ୮୨ ବର୍ଷିୟ ୟେଭ୍‌ଗେନି ପ୍ରିଗୋଝିନ ସମେତ ବିମାନ ଦୁର୍ଘଟଣାରେ ଦଶ ଜଣଙ୍କର ମୃତ୍ୟୁ ଘଟିଛି। ୧୯୯୦ ଦଶକରୁ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରିଗୋଝିନଙ୍କୁ ଜାଣିଥିଲେ।
ସୂଚନାଯୋଗ୍ୟ,ରୁଷିଆ ରାଜଧାନୀ ମସ୍କୋରୁ ସେଣ୍ଟ ପିଟର୍ସବର୍ଗ ଅଭିମୁଖେ ଯାଉଥିବା ଏକ ବିଜନେସ୍‌ସ ଜେଟ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟଛି। ଯାତ୍ରୀ ତାଲିକାରେ ରୁଷିଆର ଘରୋଇ ସେନା ଓ୍ବାଗନର ମୁଖ୍ୟ ୟେଭ୍ଗେନି ପ୍ରିଗୋଝିନ ଥିବା କୁହାଯାଉଛି। ଜୁନ ଶେଷ ଆଡ଼କୁ ପ୍ରିଗୋଝିନ ରୁଷିଆ ସେନା ବିରୋଧରେ ସଶସ୍ତ୍ର ବିଦ୍ରୋହ କରି ନିଜ ସୈନ୍ୟଙ୍କ ସହ ମସ୍କୋ ଅଭିମୁଖେ ଅଗ୍ରସର ହୋଇଥିଲେ। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଘନିଷ୍ଠ ସହଯୋଗୀ ତଥା ବେଲାରୁଷ ରାଷ୍ଟ୍ରପତି ଆକେଲକଜାଣ୍ଡାର ଲୁକାସେନେକୋଙ୍କ ହସ୍ତକ୍ଷେପ ପରେ ଓ୍ବାଗନର୍‌ ସେନା ପଛଘୁଞ୍ଚା ଦେଇଥିଲା। ପରବର୍ତ୍ତୀ ସମୟରେ ପ୍ରିଗୋଝିନଙ୍କ ସୈନ୍ୟ ବେଲାରୁଷରେ ଥିବା ୟୁକ୍ରେନ ବିରୋଧୀ ଶିବିରଗୁଡିକରେ ଅବସ୍ଥାନ କରିଥିବା କୁହାଯାଇଥିଲା। ଅନ୍ୟପଟେ ଦେଶ ତଥା ଦେଶ ବାହାରେ ଜଣେ ପରେ ଜଣେ ପୁଟିନ ବିରୋଧୀ ଓ ସମାଲୋଚକଙ୍କ ରହସ୍ୟଜନକ ମୃତ୍ୟୁ ଘଟି ଚାଲିଥିବାରୁ ସଦ୍ୟ ବିମାନ ଦୁର୍ଘଟଣାକୁ ନେଇ ଅନେକ ପ୍ରଶ୍ନବାଚୀ ଛିଡ଼ା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri