୩୦ ଯାଏ ବର୍ଷା ନାହିଁ: ୨ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୨୫ା୮(ଅନିଲ ଦାସ):ଚଳିତ ବର୍ଷ ମୌସୁମୀ ଧୋକା ଦେଇଛି। ରାଜ୍ୟରେ ଏହା ସ୍ବାଭାବିକ ହେଉନାହିଁ। ୧୧ ଜିଲାରେ ନିଅଣ୍ଟିଆ ପରିସ୍ଥିତି। ନିକଟରେ ରାଜ୍ୟକୁ ଆଉ ବଡ଼ ବର୍ଷାର କୌଣସି ସୂଚନା ନ ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଚାଷ କେମିତି ହେବ ସେ ଚିନ୍ତା ଚାଷୀଙ୍କୁ ଘାରିଛି। ପାଣିପାଗ ବିଭାଗ ହିସାବ ଅନୁଯାୟୀ, ଜୁନ୍‌ ପହିଲାରୁ ଅଗଷ୍ଟ ୨୪ ଯାଏ ରାଜ୍ୟରେ ୮୩୮.୮ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୭୬୦.୩୮ ମିଲିମିଟର। ରାଜ୍ୟର ୧୧ଟି ଜିଲାରେ ବର୍ଷା ନିଅଣ୍ଟିଆ ହୋଇଛି। ନବରଙ୍ଗପୁର ଜିଲାରେ ଜୁନ୍‌ ପହିଲାରୁ ଅଗଷ୍ଟ ୨୪ ତାରିଖ ମଧ୍ୟରେ ୪୦ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ କେନ୍ଦ୍ରାପଡ଼ା ୩୪, ଗଞ୍ଜାମ ୩୦, କଳାହାଣ୍ଡି ୩୪, ରାୟଗଡା ୨୪, କୋରାପୁଟ ୨୨, ପୁରୀ ୨୨, ଯାଜପୁର ୨୪, ଜଗତ୍‌ସିଂହପୁର ୨୩, କଟକ ୨୦ ଏବଂ ଖୋର୍ଦ୍ଧା ଜିଲାରେ ସ୍ବାଭାବିକଠାରୁ ୨୩ ପ୍ରତିଶତ କମ୍‌ ବର୍ଷା ହୋଇଛି। ଉକ୍ତ ଜିଲାଗୁଡ଼ିକର ଅଧିକାଂଶ ବ୍ଲକରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି। ଗୋଟିଏ ପଟେ ବର୍ଷା ଦାଉ ସାଜିଥିବା ବେଳେ ଜଳସେଚନ ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଅନେକ ବ୍ଲକରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି।
ଆସନ୍ତା ୩୦ ତାରିଖରେ ଉତ୍ତର-ପୂର୍ବ ବାଲାଂଦେଶ ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା ୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ହୀରାକୁଦରେ ୬୦.୨ ମିଲିମିଟର ବର୍ଷା ହୋଇଥିବା ବେେଳେ ରାଉରକେଲା ୩୩.୮, ପୁରୀ ୩୨, ଝାରସୁଗୁଡ଼ା ୨୫.୪, ପୁରୀ ୩୨, ମାଲକାନଗିରି ୨୪.୨, ସୋନପୁର ୧୪.୬, ନୟାଗଡ଼ ୧୫, ପାରଳାଖେମୁଣ୍ଡି ୨୯.୪, ଢେଙ୍କାନାଳ ୨୮, ନବରଙ୍ଗପୁର ୧୩, ରାଉରକେଲା ୩୩.୮, ଭୁବନେଶ୍ୱର ୧୨.୭, ପାରାଦୀପ ୧୦.୬, ଗୋପାଳପୁରରେ ୧୮ ମିଲିିମିଟର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri