ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ବୌଦ୍ଧ/କଟକ,୨୫ା୮(ଅଜିତ କୁମାର ବାରିକ/କାର୍ତ୍ତିକ ସାହୁ): ବୌଦ୍ଧ ଜିଲା ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଶୁକ୍ରବାର ନିଲମ୍ବନ କରିଛନ୍ତି। ପୋଲିସ ମୁଖ୍ୟାଳୟ କଟକ ପକ୍ଷରୁ ଆଦେଶ ନମ୍ବର ୧୩୫୮ରେ ଏହି ନିର୍ଦ୍ଦେଶନାମା ଦିଆଯାଇଛି। ଜୁଲାଇ ୨୦ରେ ପୁଷ୍ପଲତା ଜଣେ ବାଲିଘାଟ ଠିକାଦାରଙ୍କଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଥିଲେ।

ବ୍ରହ୍ମପୁର ଭିଜିଲାନ୍ସ ଥାନା କେସ୍‌ ନଂ. ୧୧ର ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସ୍ବରୂପ ୨୦୧୮ ଦୁର୍ନୀତି ନିବାରଣ ଆଇନର ଧାରା ୭ ଅନୁଯାୟୀ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବନ ୨୦୨୩ ଜୁଲାଇ ୨୨ରୁ କାର୍ଯ୍ୟକାରୀ ହେବ। ନିଲମ୍ବନ ସମୟରେ ସେ ବ୍ରହ୍ମପୁର ସାଉଥ ରେଞ୍ଜ ଆଇଜିପିଙ୍କ ଅଧୀନରେ ରହିବେ। ଓଡ଼ିଶା ସେବା ନିୟମ ଅନୁଯାୟୀ ତାଙ୍କୁ ଏସ୍‌ଏ ଓ ଡିଏ ମିଳିବ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri