Posted inଜାତୀୟ

ଶେଷ ପର୍ଯ୍ୟାୟ ମତଦାନ ଲାଗି ଆଜି ସରିବ ପ୍ରଚାର

ନୂଆଦିଲ୍ଲୀ,୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି ଓ ରୋଡ ଶୋ’ କରି ଭୋଟରଙ୍କୁ ହାତେଇବା ପାଇଁ କସରତ ଜାରି ରହିଛି। ପଶ୍ଚମବଙ୍ଗରେ ଭାଜପା ଟିଏମସି ମଧ୍ୟରେ ଲାଗିଥିବା କଳହ ଯୋଗୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ଗୁରୁବାରଠାରୁ ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ବନ୍ଦ ହୋଇଯାଇଛି। ମେ ୧୯ରେ ସପ୍ତମ ତଥା ଶେଷ ପର୍ଯ୍ୟାୟରେ ୫୯ଟି ଲୋକସଭା ଆସନ ଲାଗି ମତଦାନ ହେବ। ପଞ୍ଜାବ ଓ ଉତ୍ତର ପ୍ରଦେଶର ୧୩ଟି ଲେଖାଏ ଆସନ ପାଇଁ ଭୋଟ ଗ୍ରହଣ ହେବ। ବିହାର ଓ ମଧ୍ୟପ୍ରଦେଶର ୮ଟି ଲେଖାଏ ଆସନ, ପଶ୍ଚିମବଙ୍ଗରେ ୯ଟି, ହିମାଚଳ ପ୍ରଦେଶର ୪ଟି, ଝାଡ଼ଖଣ୍ଡର ୩ଟି ଏବଂ ଚଣ୍ଡିଗଡ଼ର ଗୋଟିଏ ଆସନରେ ମତଦାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଣ୍ଡାଇ

ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri