ନାବାଳିକାଙ୍କୁ ବଳାତ୍କାର: ଦୋଷୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଜଗତ୍‌ସିଂହପୁର, ୨୬ା୮ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୨୦୧୯ରେ ଅପହରଣ ସହ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଜଗତ୍‌ସିଂହପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଅଜୟ କୁମାର ମହାନ୍ତି ଏହାର ବିଚାର କରି ଏରସମା ଥାନା ଧୋବେଇ ଗଁାର ମାନସ ସାମଲ ଓରଫ ହଡ଼ାଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୨୫ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି। ଏହି ରାଶି ଅନାଦାୟ ହେଲେ ଅଧିକ ୫ ମାସ ଜେଲ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ ରହିଛି। ଏଥିସହ ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜିଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରିଥିବା ଓକିଲ ଦୋଳଗୋବିନ୍ଦ ଦାସ କହିଛନ୍ତି, ୪ା୪ା୧୯ ଅପରାହ୍ନ ସାଢେ ୪ଟା ରେ ପୀଡ଼ିତାଙ୍କୁ ମାନସ ଅପହରଣ କରି ପୁଡୁଚେରୀ ନେଇ ଯାଇଥିଲେ। ସେଠାରେ ଏକ ଭଡ଼ା ଘରେ ରଖି ବାରମ୍ବାର ବଳାତ୍କାର କରିଥିଲେ। ଝିଅକୁ ନ ପାଇ ତାଙ୍କ ବାପା ୭ା୪ା୧୯ରେ ଥାନାର ଅଭିଯୋଗ କରିଥିଲେ। ପରେ ଥାନା ପକ୍ଷରୁ ମାମଲା (ନଂ. ୮୧/୧୯) ରୁଜୁ କରାଯାଇଥିଲା। ଦୀର୍ଘଦିନ ପରେ ଅର୍ଥାତ୍‌ ୬ା୧୨ା୧୯ରେ ମାନସ କଟକ ରେଳ ଷ୍ଟେଶନରେ ଥିବାବେଳେ ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେବେଠାରୁ ମାନସ ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri