ସେବାଶ୍ରମ ହଷ୍ଟେଲରେ ଛାତ୍ରଙ୍କ ମୃତ୍ୟୁ, ତଦନ୍ତ ଦାବି

ବାଲିଗୁଡ଼ା,୨୬ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ାରେ ଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦାରା ପରିଚାଳିତ ସେବାଶ୍ରମ ହଷ୍ଟେଲରେ ରହୁଥିବା ୬ଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା ଯୋଗୁ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଶନିବାର ମଧ୍ୟାହ୍ନରେ ପିଲାଟି ହଠାତ୍‌ ଅଚେତ୍‌ ହୋଇ ଯାଇଥିଲା। ନିକଟରେ ଥିବା ଅନ୍ୟ ଛାତ୍ରମାନେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ ସଙ୍ଗେ ସଙ୍ଗେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ଚିକିତ୍ସାଳୟରେ ପହଞ୍ଚିବା ପୂର୍ବରୁ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ପ୍ରକାଶ କରିଥିଲେ। ମୃତ ଛାତ୍ର ଜଣକଙ୍କ ଘର କୋଟଗଡ଼ ବ୍ଲକ ଓରା କଲୋନୀ ସାହିର ଶ୍ରୀ ନାୟକଙ୍କ ତିନି ଝିଅ ରେ ଏକ ମାତ୍ର ପୁଅ ହୋଇ ଥିବାରୁ ସମଗ୍ର ପରିବାର ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ଏପରି ପୂର୍ବରୁ ମଧ୍ୟ ବିଭିନ୍ନ ସେବଶ୍ରମରେ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିବା, ଖାଦ୍ୟପେୟରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ ପିଲା ଆଶ୍ରମ ଛାଡ଼ି ପଳାଇବା ଭଳି ବିଭିନ୍ନ ଅରାଜକତା ଘଟଣା ଲୋକଲୋଚନକୁ ଆସିବା ପରେ ଅଭିଭାବକମାନେ ଆଶ୍ରମ ବିଦ୍ୟାଳୟରେ ନିଜ ପିଲାମାନଙ୍କୁ ପାଠ ପଢ଼ିବା ପାଇଁ ଛାଡ଼ିବା ଉଚିତ ମନେ କରୁନାହାନ୍ତି। ଏଣୁ ଅଞ୍ଚଳବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ତଦନ୍ତ ଦାବି କରିଛନ୍ତି। ଖବର ପାଇ ବାଲିଗୁଡ଼ା ବ୍ଲକ ମଙ୍ଗଳ ଅଧିକାରୀ ଦିବେଦ ମଲ୍ଲିକ ବିଦ୍ୟାଳୟରେ ପହଞ୍ଚି ପରିସ୍ଥିତି ସମ୍ପର୍କରେ ତଦାରଖ କରୁଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନ ଶିକ୍ଷିୟତ୍ରୀ ପଦ୍ମିନୀ ପ୍ରଧାନଙ୍କୁ ପଚାରିବାରୁ ସେ କିଛି ନ କହି ଘଟଣାସ୍ଥଳରୁ ଚାଲି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି

କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା,...

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

୨୦୨୬ରେ ସାଢେସତିରୁ ଅଧିକ କଷ୍ଟ ପାଇବେ ଏହି ରାଶି, ଭୋଗିବେ ଆର୍ଥିକହାନି!

୨୦୨୫ ଶେଷ ହେବାକୁ ବସିଲାଣି। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରଗୁଡ଼ିକର ଗତିବିଧି ନିରୀକ୍ଷଣ କରୁଛନ୍ତି । ବର୍ତ୍ତମାନ ନୂତନ ବର୍ଷ ପାଇଁ ଭବିଷ୍ୟବାଣୀ କରୁଛନ୍ତି। ମୁଖ୍ୟତଃ...

ଲୋକପ୍ରିୟ ଗାୟକ ଜୁବିନ ମୃତ୍ୟୁ ମାମଲା: ଚାର୍ଜସିଟ ଦାଖଲ କଲା STF

ଗୌହାଟି,୧୨।୧୨: ଲୋକପ୍ରିୟ ଗାୟକ ଜୁବିନ ଗର୍ଗ ମୃତ୍ୟୁ ମାମଲାର ଶୁକ୍ରବାର ଚାର୍ଜସିଟ ଦାଖଲ କରାଯାଇଛି। ମୃତ୍ୟୁର ୩ ମାସ ପରେ ଆସାମ ପୋଲିସ STF ଗୌହାଟୀ...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri