ଝିଅ ମୃତ, ମା’ ଉଦ୍ଧାର

ରାସୋଳ, ୨୭।୮(ସରୋଜ ମିଶ୍ର)ଗାଧୋଇବାକୁ ଯାଉଥିବାବେଳେ ଆକ୍ରମଣ କରିବାକୁ ଗୋଡ଼ାଇଲେ ମାଙ୍କଡ଼ ପଲ। ଜୀବନ ବଞ୍ଚାଇବା ଲାଗି ଆଗପଛ ବିଚାର ନ କରି ପୋଖରୀକୁ ଡେଇଁ ପଡ଼ିଲେ ମା’ ଏବଂ ଝିଅ। ଏଥିରେ ଝିଅଙ୍କ ମୃତ୍ୟୁ ଘଟିଥିବାବେଳେ ମା’ଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଛନ୍ତି ପାଖପଡ଼େଶୀ। ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ଥାନା ଅଧୀନ କଳିଙ୍ଗାପାଳ ଗ୍ରାମରେ ଶନିବାର ସକାଳେ ଘଟିଛି ଏଭଳି ଏକ ଦୁଃଖଦ ଘଟଣା। ମୃତା ନାବାଳିକା ହେଲେ ସୁମିତ୍ରା ସର (୧୩)।
କଳିଙ୍ଗାପାଳ ଗ୍ରାମ ସରସାହିର ବଳରାମ ସରଙ୍କ ସ୍ତ୍ରୀ ଊର୍ମିଳା ଏବଂ ବଡ଼ ଝିଅ ସୁମିତ୍ରା ସକାଳେ ଘର ନିକଟ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ଏକ ମାଙ୍କଡ଼ ପଲ ହାବୁଡ଼ରେ ପଡ଼ିଯାଇଥିଲେ। ପଲରୁ କେତେକ ମାଙ୍କଡ଼ ମା’ଝିଅଙ୍କୁ କାମୁଡ଼ିବାକୁ ଗୋଡ଼ାଇବାରୁ ଉଭୟେ ଭୟଭୀତ ହୋଇ ପୋଖରୀ ଭିତରକୁ ଡେଇଁ ପଡ଼ିଥିଲେ। ଚିତ୍କାର ଶୁଣି ଆଖପାଖରେ ଥିବା ଲୋକେ ପହଞ୍ଚତ୍ ଊର୍ମିଳାଙ୍କୁ ଉଦ୍ଧାର କରିଥିବାବେଳେ ସୁମିତ୍ରା ଗଭୀର ପାଣିରେ ବୁଡ଼ିଯାଇଥିଲେ। ତାଙ୍କୁ ଉଦ୍ଧାର କରି ିନ୍ଦୋଳ ମେଡିକାଲକୁ ନିଆଯାଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ରାସୋଳ ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। ଅନ୍ୟପଟେ ଏହି ଘଟଣାରେ ମୃତ ନାବାଳିକାଙ୍କ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଦାୟୀ କରିଛନ୍ତି। ସୂଚନା ଦେବା ସତ୍ତ୍ୱେ ବିଳମ୍ବରେ ପହଞ୍ଚତ୍ବାରୁ ନାବାଳିକାଙ୍କ ଜୀବନ ବଞ୍ଚାଯାଇ ପାରିଲାନାହିଁ ବୋଲି ସେମାନେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ବଳରାମ ଜଣେ ସାଇକେଲ ମେକାନିକ୍‌। ୩ ଝିଅଙ୍କ ମଧ୍ୟରୁ ବଡ଼ ଝିଅ ସୁମିତ୍ରା ଗଁା ପାଖ ଅରବିନ୍ଦ ଶିକ୍ଷାକେନ୍ଦ୍ରରେ ୮ମ ଶ୍ରେଣୀରେ ପଢୁଥିଲେ। ମେଧାବୀ ସୁମିତ୍ରାଙ୍କ ଏଭଳି ଅକାଳ ବିୟୋଗ ଶିକ୍ଷାନୁଷ୍ଠାନ ସମେତ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri