Posted inଜାତୀୟ

ଭିଏଚ୍‌ପିର ଘୋଷଣା: ପ୍ରତି ଜିଲାରେ ବାହାରିବ ଜଳାଭିଷେକ ଯାତ୍ରା

ଚଣ୍ଡିଗଡ,୨୭।୮: ହରିୟାଣା ସରକାର ଅଗଷ୍ଟ ୨୮ରେ ପୁନର୍ବାର ଜଳାଭିଷେକ ଯାତ୍ରା କରିବାକୁ ଅନୁମତି ଦେଇନାହାଁନ୍ତି। ତେବେ କେତେକ ସଂଗଠନ ଏହି ଯାତ୍ରାକୁ ନେଇ ଜିଦ ଧରିଛନ୍ତି। ଅନ୍ୟପକ୍ଷରେ, ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ ବ୍ରିଜମଣ୍ଡଳ ଜଳାଭିଷେକ ଯାତ୍ରା ସମ୍ବନ୍ଧରେ ରଣନୀତି ବଦଳାଇଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରତ୍ୟେକ ଜିଲାରେ ଜଳାଭିଷେକ ଯାତ୍ରା ବାହର କରାଯିବ ବୋଲି ଭିଏଚ୍‌ପି ପକ୍ଷରୁ ଘୋଷଣା କରାଯାଇଛି।
ମୁଖ୍ୟମନ୍ତ୍ରୀ ମନୋହର ଲାଲ କହିଛନ୍ତି ଯେ, ଅଗଷ୍ଟ ଆରମ୍ଭରେ ନୁହରେ ଘଟିଥିବା ଘଟଣାକୁ ଦୃଷ୍ଟିରେ ରଖି ଏହି ଅଞ୍ଚଳରେ ଆଇନ ଶୃଙ୍ଖଳା ରକ୍ଷା କରିବା ସରକାରଙ୍କ କର୍ତ୍ତବ୍ୟ। ଆମର ପୋଲିସ ଏବଂ ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି ଯେ ଯାତ୍ରା (ବ୍ରିଜ ମଣ୍ଡଳ ଶୋଭା ଯାତ୍ରା) ନେବା ପରିବର୍ତ୍ତେ ଲୋକମାନେ ନିକଟସ୍ଥ ମନ୍ଦିରକୁ ଯାଇ ପ୍ରାର୍ଥନା କରିପାରିବେ। ୨୮ ଅଗଷ୍ଟ ପର୍ଯ୍ୟନ୍ତ ନୁହରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି। ଏଥି ସହିତ ଜିଲାରେ ଧାରା ୧୪୪ ମଧ୍ୟ କାର୍ଯ୍ୟକାରୀ କରାଯାଇଛି।
ଖଟ୍ଟରଙ୍କ ଏହି ବିବୃତ୍ତି ଉପରେ ଭିଏଚପିର ଜାତୀୟ ମୁଖପାତ୍ର ବିନୋଦ ବଂଶଲ କହିଛନ୍ତି ଯେ, ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ସହିତ ସମଗ୍ର ହିନ୍ଦୁ ସମାଜ ଜଳାଭିଷେକ ଯାତ୍ରା ମେୱତର ଚାରିରୁ ପାଞ୍ଚଟି ମନ୍ଦିରରେ ଅନୁଷ୍ଠିତ ହେବ। ଆମେ ଅନୁମତି ପାଇଁ ଆବେଦନ କରିନାହୁଁ କିମ୍ବା କରିବା ଉଚିତ୍‌ ନୁହେଁ। ଏହି ଦେଶ ଧାର୍ମିକ ତୀର୍ଥଯାତ୍ରାର ଦେଶ। ଯେତେବେଳେ ଆମେ ଅନୁମତି ମାଗି ନାହୁଁ, ସେତେବେଳେ ଖଟ୍ଟର ସାହେବଙ୍କୁ ଅନୁମତି ନ ଦେବାର କୌଣସି ଅର୍ଥ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri