Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ରାକ୍ଷୀ ଉପହାର

ଭୋପାଳ,୨୭।୮: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ନିର୍ବାଚନ ବର୍ଷରେ ପ୍ରିୟ ଭଉଣୀମାନଙ୍କ ପାଇଁ ଉପହାରର ବାକ୍ସ ଖୋଲିଛନ୍ତି। ମୁଖ୍ୟମନ୍ତ୍ରୀ ରବିବାର ତାଙ୍କ ସରକାରଙ୍କ ‘ଲାଡଲି ବେହନା’ ଯୋଜନା ଅଧୀନରେ ଆୟୋଜିତ ଏକ ସମ୍ମିଳନୀରେ ଘୋଷଣା କରିଛନ୍ତି ଯେ ଶ୍ରାବଣ ମାସରେ ରନ୍ଧନ ଗ୍ୟାସ ସିଲିଣ୍ଡର ମାତ୍ର ୪୫୦ ଟଙ୍କାରେ ଉପଲବ୍ଧ ହେବ। ଏହା ସହିତ ରାକ୍ଷୀ ପୂର୍ଣ୍ଣିମା ପାଇଁ ୨୫୦ଟଙ୍କା ଦେବାକୁ ଘୋଷଣା କରାଯାଇଛି। ରାଜ୍ୟର ମହିଳାମାନେ ପ୍ରତି ମାସରେ ଗ୍ରହଣ କରୁଥିବା ରାଶିର ପରିମାଣକୁ ୧୨୫୦ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାପୂର୍ବରୁ ଲାଡଲି ବେହନା ଯୋଜନାର ସୁଯୋଗ ନେଇଥିବା ମହିଳାମାନଙ୍କୁ ପ୍ରତି ମାସରେ ଏକ ହଜାର ଟଙ୍କା ଦିଆଯାଉଥିଲା। ଲାଡଲି ବେହନା ସମ୍ମିଳନୀରେ ଶିବରାଜ କହିଛନ୍ତି ଯେ ରାଜ୍ୟରେ ନିଶା ସେବନକୁ ରୋକିବା ପାଇଁ ସେ ଆସନ୍ତା ବର୍ଷ ଠାରୁ ଏକ ନୂତନ ମଦ ନୀତି ପ୍ରସ୍ତୁତ କରିବାକୁ ଘୋଷଣା କରିଛନ୍ତି। ଯେଉଁଠାରେ ଭଉଣୀମାନେ ଚାହାଁନ୍ତି ନାହିଁ, ମଦ ଦୋକାନ ଖୋଲିବ ନାହିଁ ।

ସଂରକ୍ଷଣ ସମ୍ପର୍କରେ ଏକ ବଡ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ ବିଭାଗର ମହିଳାମାନେ ୩୦ ପ୍ରତିଶତ ସଂରକ୍ଷଣ ପାଉଥିଲେ, କିନ୍ତୁ ଆସନ୍ତା ବର୍ଷ ଠାରୁ ଏହା ୩୫ ପ୍ରତିଶତକୁ ବୃଦ୍ଧି ପାଇବ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଶିକ୍ଷକ ନିଯୁକ୍ତିରେ ମହିଳାଙ୍କ ପାଇଁ ୫୦ପ୍ରତିଶତ ସଂରକ୍ଷଣ କରାଯିବ। ଏହା ବ୍ୟତୀତ ସରକାରୀ ନିଯୁକ୍ତିରେ ମହିଳାଙ୍କ ପାଇଁ ୩୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri