Posted inଜାତୀୟ

‘ଶରଦ ପାଓ୍ବାରଙ୍କ କୃପାରୁ ଅଜିତ ୪ଥର ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି’

ମୁମ୍ବାଇ,୨୮।୮: ମହାରାଷ୍ଟ୍ରରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି ମଧ୍ୟରେ ଚାଲିଥିବା କଳହକୁ ନେଇ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ମଧ୍ୟ ଏକ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଦଳର ମୁଖପତ୍ର ସାମ୍‌ନାରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ବାରମତିରେ ଅଜିତ ପାୱାରଙ୍କ ସମାବେଶ ପ୍ରସଙ୍ଗରେ ସାମ୍‌ନାର ସମ୍ପାଦକୀୟରେ କୁହାଯାଇଛି ଯେ, ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେ କ୍ଷମତା ଚାହୁଁ ନାହାଁନ୍ତି। ସେ କ୍ଷମତା ପାଇଁ ନୁହେଁ ବରଂ ବିକାଶ ଏବଂ ଶାହୁ, ଫୁଲେ, ଆମ୍ବେଦକରଙ୍କ ଚିନ୍ତାଧାରା ପାଇଁ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସହ ଯାଇଛନ୍ତି କିନ୍ତୁ ଏକଥା ଖାଲି ବାହାସ୍ଫୁଟ। ସେ ଏତେ ବର୍ଷ ପର୍ଯ୍ୟନ୍ତ କ୍ଷମତାରେ ରହିଲେ, ସେ କେତେ ବିକାଶ ଯୋଜନା କରିଥିଲେ?
ଶରଦ ପାୱାରଙ୍କ ବିଷୟରେ ଉଲ୍ଲେଖ କରି ସାମ୍‌ନାର ସମ୍ପାଦକୀୟ କୁହାଯାଇଛିି ଯେ, ଅଜିତ ପାୱାର ଏପର୍ଯ୍ୟନ୍ତ ଅତି କମରେ ଚାରିଥର ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି ଏବଂ ସେ କେବଳ ଶରଦ ପାୱାରଙ୍କ କୃପା ଯୋଗୁ ଏହି ପଦବୀ ପାଇଛନ୍ତି।
ଜୁଲାଇ ୨ରେ ଅଜିତ ପାୱାର ଏବଂ ଛଗନ ଭୁଜବଳ, ହାସନ ମୁଶ୍ରିଫ ଏବଂ ଦିଲୀପ ୱାଲ୍ସ ପାଟିଲଙ୍କ ସମେତ ଆଠ ଜଣ ଏନସିପି ବିଧାୟକ ଏକନାଥ ଶିନ୍ଦେ ସରକାରରେ ଯୋଗ ଦେଇଥିଲେ, ଯାହା ପରେ ଦଳକୁ ବିଭାଜନର ସମ୍ମୁଖୀନ ହେବାକୁ ପଡିଥିଲା। ପରେ ଅଜିତ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଶରଦ ପାଓ୍ବାର ଏବଂ ଅଜିତ ପାଓ୍ବାରଙ୍କ ମଧ୍ୟରେ ଅନେକଥର ଗୁପ୍ତ ବୈଠକ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri