Posted inଖେଳ

ପାଟନରଶିପ୍‌ ତାଏକୋଣ୍ଡୋରେ ଯୋଗଦେବେ ଏହେସାସ

ଅମରପାଲି,୨୮ା୮(ପୀତାମ୍ବର ସାହୁ): ପ୍ରଥମ ଓଡ଼ିଆ ଭାବେ ଦକ୍ଷିଣ କୋରିଆରେ ହେବାକୁ ଥିବା ପାଟନରଶିପ୍‌ ତାଏକୋଣ୍ଡୋ ପ୍ରୋଗ୍ରାମରେ ଅଂଶଗ୍ରହଣ କରିବେ ଓଡ଼ିଶା ବୀରମହାରାଜପୁର ମାଟିର ପୁଅ ଏହେସାସ ହୋତା । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ଅମୁଲ୍ୟମଣୀ ରାଣୀପୁର ଗ୍ରାମର ଆନ୍ତର୍ଜାତୀୟ ତାଇକଣ୍ଡୋ କ୍ରୀଡ଼ାବିତ ଏହେସାସ ହୋତାଙ୍କୁ ମିଳିଛି ଆଉ ଏକ ସଫଳତା । ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷଣି କୋରିଆ ତାଇକଣ୍ଡୋଓନ ମୁଜୁଠାରେ ବିଶ୍ୱ ତାଇକଣ୍ଡୋ ସଂଘ ପକ୍ଷରୁ ପାଟନରସିପ ତାଇକଣ୍ଡୋ ପ୍ରୋଗ୍ରାମ ଅନୁଷ୍ଠିତ ହେବ ।

ଏଥିରେ ବିଭିନ୍ନ ଦେଶରୁ ବଛାବଛା ତାଇକଣ୍ଡୋ କୋଚଙ୍କୁ ବିଶ୍ୱ ମାନ୍ୟତା ପ୍ରାପ୍ତ କୋଚ ଉନ୍ନତମାନର ତାଲିମ ପ୍ରଦାନ କରିବେ । କାର୍ଯ୍ୟକ୍ରମରେ ଏହେସାସ ଭାରତର ଏକମାତ୍ର ସର୍ବକନିଷ୍ଠ କୋଚ ଭାବେ ତାଲିମ ନେବାପାଇଁ ମନୋନୀତ ହୋଇଛନ୍ତି। ଏନେଇ ଏହସାସଙ୍କୁ ବିଶ୍ୱ ତାଇକଣ୍ଡୋ ମୁଖ୍ୟ କାର୍ଯ୍ୟାଳୟ ଦକ୍ଷିଣ କୋରିଆରୁ ପତ୍ର ମିଳିଛି।

ଏହେସାସ ବହୁବାର ଆନ୍ତର୍ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଭାରତ ପାଇଁ ଗୌରବ ଆଣିଥିବା ବେଳେ ପୂର୍ବରୁ ଦୁଇଥର ଦକ୍ଷିଣ କୋରିଆରେ ତାଲିମ ମଧ୍ୟ ନେଇସାରିଛନ୍ତି । ଏହି ଖବର ଜଣାପଡିବା ପରେ ରାଜ୍ୟ ତାଇକଣ୍ଡୋ ସଂଘ ସମ୍ପାଦକ ମନମୋହନ ଭଞ୍ଜ, ସୁବର୍ଣ୍ଣପୁର ଜିଲା ତାଇକଣ୍ଡୋ ସଂଘ ସଭାପତି ରବୀନ୍ଦ୍ର ହୋତା, ଜିଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଜିଲା ତାଇକଣ୍ଡୋ ସଂଘର ଆଇନ ପରାମର୍ଶଦାତା ରାଧାକାନ୍ତ ବାଘଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ କ୍ରୀଡ଼ା ଅନୁଷ୍ଠାନ ପକ୍ଷରୁ ଏହେସାସଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri