Posted inଖେଳ

ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ବିଷୟରେ ଜାଣନ୍ତୁ ରୋଚକ ତଥ୍ୟ

ନୂଆଦିଲ୍ଲୀ,୨୯।୮: ଭାରତୀୟ ହକି କିମ୍ବଦନ୍ତୀ ତଥା ଯାଦୁଗର ମେଜର ଧ୍ୟାନଚାନ୍ଦ ଅଗଷ୍ଟ ୨୯, ୧୯୦୫ରେ ପ୍ରୟାଗରାଜ (ପୂର୍ବରୁ ଆହ୍ଲାବାଦ) ରେ ଜନ୍ମଗ୍ରହଣ କରିଥିଲେ। ଅଲିମ୍ପିକ୍ସରେ ଭାରତ ୩ଟି ସ୍ବର୍ଣ୍ଣ ପଦକ ଜିତିଥିବା ଖେଳାଳି ଥିଲେ ଧ୍ୟାନଚାନ୍ଦ। ଭାରତୀୟ କ୍ରୀଡ଼ାରେ ଧ୍ୟାନଚାନ୍ଦଙ୍କର ବହୁତ ଅବଦାନ ରହିଛି।
ଧ୍ୟାନଚାନ୍ଦ ୧୬ ବର୍ଷ ବୟସରେ ଜଣେ ସୈନିକ ଭାବରେ ଭାରତୀୟ ସେନାରେ ଯୋଗ ଦେଇଥିଲେ। ଏହା ସହିତ ସେ ହକି ଖେଳିବା ଆରମ୍ଭ କଲେ। ସେ ରାତିରେ ହକି ଅଭ୍ୟାସ କରୁଥିଲେ। ଏହି କାରଣରୁ ତାଙ୍କୁ ଚାନ୍ଦ କୁହାଯାଉଥିଲା ଏବଂ ପରେ ତାଙ୍କ ନାମ ଧ୍ୟାନଚାନ୍ଦ ହୋଇଗଲା। ୧୯୨୨ ରୁ ୧୯୨୬ ପର୍ଯ୍ୟନ୍ତ ସେନାର ରେଜିମେଣ୍ଟାଲ ମ୍ୟାଚ ଖେଳିବାବେଳେ ଧ୍ୟାନଚାନ୍ଦ ସମସ୍ତଙ୍କ ଆକର୍ଷିତ କରିଥିଲେ।
ଏହି ପ୍ରଦର୍ଶନ ପରେ ଧ୍ୟାନଚାନ୍ଦ ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ସେନା ଦଳରେ ମନୋନୀତ ହୋଇଥିଲେ। ନ୍ୟୁଜିଲାଣ୍ଡ ଗସ୍ତରେ ଦଳ ବହୁତ ଭଲ ପ୍ରଦର୍ଶନ କରିଥିଲା। ଭାରତର ସେନା ଦଳ ୧୮ଟି ମ୍ୟାଚ ଜିତିଥିଲା, ୨ ଡ୍ର ରହିଥିଲା ଏବଂ କେବଳ ଗୋଟିଏ ମ୍ୟାଚ ହାରିଥିଲା। ଏହି ଗସ୍ତ ପରେ ଧ୍ୟାନଚାନ୍ଦ ଅଧିକ ପରିଚୟ ପାଇଲେ। ଏହିପରି ଧୀରେ ଧୀରେ ତାଙ୍କର ଯାତ୍ରା ଆଗକୁ ବଢିବାକୁ ଲାଗିଲା
୧୯୩୬ ଅଲିମ୍ପିକ୍ସରେ ହକି ଫାଇନାଲରେ ଭାରତ ଜର୍ମାନୀକୁ ୮-୧ରେ ପରାସ୍ତ କରିଥିଲା। ଜର୍ମାନୀର ଏହି ପରାଜୟକୁ ହିଟଲର ସହ୍ୟ କରି ନ ଥିଲେ ଏବଂ ସେ ଷ୍ଟାଡିୟମ ଛାଡି ପଳାଇଥିଲେ। ମ୍ୟାଚରେ କେବଳ ଧ୍ୟାନଚାନ୍ଦ ୩ଟି ଗୋଲ ସ୍କୋର କରିଥିଲେ। ଧ୍ୟାନଚାନ୍ଦଙ୍କ ଚମତ୍କାର ପ୍ରଦର୍ଶନ ଦେଖି ହିଟଲର ମ୍ୟାଚ ପରେ ତାଙ୍କୁ ପଚାରିଥିଲେ ଯେ ହକି ବ୍ୟତୀତ ତୁମେ କ’ଣ କର? ଧ୍ୟାନଚାନ୍ଦ କହିଛନ୍ତି, ମୁଁ ଜଣେ ଭାରତୀୟ ସୈନିକ। ଏହା ପରେ ହିଟଲର ତାଙ୍କୁ ଜର୍ମାନ ସେନାରେ ଯୋଗଦେବାକୁ ପ୍ରସ୍ତାବ ଦେଇଥିଲେ। ଧ୍ୟାନଚାନ୍ଦ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ।
ମେଜର ଧ୍ୟାନଚାନ୍ଦ ୧୯୨୮, ୧୯୩୨ ଏବଂ ୧୯୩୬ରେ ଭାରତ ପାଇଁ ଅଲିମ୍ପିକ୍ସ ଖେଳିଥିଲେ। ଏଥିରେ ଭାରତ ତିନିଥର ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତିଥିଲା। ଅଗଷ୍ଟ ୨୯ ମେଜର ଧାନ ଚାନ୍ଦଙ୍କ ଜନ୍ମ ବାର୍ଷିକୀ ଭାରତରେ ଜାତୀୟ କ୍ରୀଡା ଦିବସ ଭାବରେ ପାଳନ କରାଯାଏ। ଏଥି ସହିତ କ୍ରୀଡା କ୍ଷେତ୍ରରେ ତାଙ୍କ ନାମରେ ଏକ ପୁରସ୍କାର ମଧ୍ୟ ଦିଆଯାଏ, ଯାହାକୁ ‘ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର’ କୁହାଯାଏ। ଏହାପୂର୍ବରୁ ଏହି ଖେଳ ରତ୍ନ ‘ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାର’ ଭାବରେ ଜଣାଶୁଣା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri