Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ
ଆଜି ଚତୁର୍ଥସ୍ଥ ବିଳାସକାରକ ଶୁକ୍ରଙ୍କ ପ୍ରଭାବରେ ବନ୍ଧୁମିଳନ ସାଙ୍ଗକୁ ହସ, ଖୁସି ଓ ଆନନ୍ଦରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଆନୁଷ୍ଠାନିକ କାମ, ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
ବୃଷ
ବୃଷ
ଭାଗ୍ୟଭାବସ୍ଥ ଚନ୍ଦ୍ର ପ୍ରଭାବରେ ଘର ସକାଶେ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ବନ୍ଧୁ କିମ୍ବା ପିଲାମାନେ ଏହି ଦିଗରେ ସାହାଯ୍ୟ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇପାରିବେ କିନ୍ତୁ ଏହା ହିଁ ପରକ୍ଷଣରେ ସମସ୍ୟାକୁ ବୃଦ୍ଧି କରିବ। ସମସ୍ୟା ସମାଧାନ କ୍ଷେତ୍ରରେ ସହକର୍ମୀ ସହଯୋଗର ହାତ ବଢ଼ାଇବେ।
ମିଥୁନ
ମିଥୁନ
ଯେଉଁ କ୍ଷେତ୍ରରେ ଯାହାକି ନିଷତ୍ତି ନେବେ ତାହା ଶେଷ ସମୟରେ ଓଲଟ ପାଲଟ ହୋଇଯାଇପାରେ। ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ବିବାଦୀୟ କ୍ଷେତ୍ରରେ, ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଘରେ ପୂଜା ପାର୍ବଣକୁ ନେଇ ବନ୍ଧୁ ମିଳନ, ଆମୋଦ ପ୍ରମୋଦର ସୁଅ ଛୁଟିବ।
କର୍କଟ
କର୍କଟ
ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ସବୁ କଥାରେ ନରମି ରହିପାରିଲେ ହିଁ ସୁଫଳ ପାଇବେ। ପ୍ରକୃତ ଘଟଣା ନ ବୁଝି ସହକର୍ମୀ କ୍ରୋଧ ପ୍ରକାଶ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବେ, ଯାହା କି ଅଶାନ୍ତି ସୃଷ୍ଟି କରିବ। ନୂତନ ସ୍ଥାନକୁ ଯିବା ପାଇଁ ସଜବାଜ ହୋଇପାରନ୍ତି।
ସି˚ହ
ସି˚ହ
ଆପଣଙ୍କ କାର୍ଯ୍ୟଦକ୍ଷତା ଓ ଯୁକ୍ତିଯୁକ୍ତ ବାର୍ତ୍ତାଳାପରୁ ବିଜୟ ଲାଭ ଅବଶ୍ୟମ୍ଭାବୀ। ଆପଣ ବହୁତ ପୂର୍ବରୁ ଯେଉଁ ପ୍ରାପ୍ୟ ପାଇବାର ଥିଲା ଆଜି ହିଁ ତାହା ପାଇବାର ସୂଚନା ମିଳିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ।
କନ୍ୟା
ଆଜି ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ର ସମସ୍ୟା ବହୁଳ ରହିବ। ଯାନ୍ତ୍ରିକ ତ୍ରୁଟିକୁ ସୁଧାରି ନେଇ ଚାଳନାରେ ସତର୍କ ରହିବା ଭଲ ନତୁବା ହଇରାଣ ହୋଇପାରନ୍ତି। ପିଲାଙ୍କ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ। ଜଣେ ହିତାକାଂକ୍ଷୀଙ୍କ ସହୃଦୟତାରୁ ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।
ତୁଳା
ତୁଳା
ସବୁ କଥାରେ ନୀରବଦ୍ରଷ୍ଟା ସାଜିବା ଦ୍ୱାରା ଆଗାମୀ ସମୟରେ ହଇରାଣରେ ପଡିପାରନ୍ତି। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଗୁଜବ ମନକୁ ଆତଙ୍କିତ କରିପାରେ। ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇପାରନ୍ତି। ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବିଛା
ବିଛା
ଶନିଙ୍କ ପ୍ରଭାବରୁ ଅଧିକାଂଶ ସମୟ ନିରୁସତ୍ାହିତ ରହିବେ। ଶୁକ୍ରଙ୍କ ସୁପ୍ରଭାବରୁ କଳା, ସାହିତ୍ୟ, ସଙ୍ଗୀତ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। କଚେରି ମାମଲା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ଗବେଷଣା, ଆଲୋଚନା କ୍ଷେତ୍ରରେ ସୁପ୍ରତିଷ୍ଠିତ ହେବେ।
ଧନୁ
ଧନୁ
ଆଜି ପଡ଼ୋଶୀ, ସହକର୍ମୀ କିମ୍ବା ଭାଇ, ଭଉଣୀଙ୍କ କ୍ଷେତ୍ରରୁ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ କେତେକ ନୂତନ କାମର ପରିକଳ୍ପନା କରିବା ସଙ୍ଗକୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଜମିଜମା, ବ୍ୟବସାୟ, ପରିବହନ, କ୍ଷେତ୍ର ଭଲ ରହିବ।
ମକର
ମକର
ଆଜି ବାହାର ଦୁନିଆରୁ ଯେତିକି ସ୍ନେହ, ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ ନିଜ ଘରୁ ସେହି ଅନୁପାତରେ ଗାଳି ଖାଇପାରନ୍ତି। କର୍ମକ୍ଷେତ୍ରରେ ଟେନସନ୍‌ କିଛି ମାତ୍ରାରେ କମିଯିବ। ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ ସଙ୍ଗକୁ ସାମାଜିକ କାମରୁ ଖୁସି ରହିବେ। ଅପରାହ୍ନରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ।
କୁମ୍ଭ
କୁମ୍ଭ
ଆଜି ପରିବାରରେ ପିଲାମାନଙ୍କର କିଛି ସମସ୍ୟା ମନକୁ ବିଚଳିତ କରିବ। ଏଣେ କର୍ମକ୍ଷେତ୍ରରେ ମଧ୍ୟ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। କାମ ହାସଲ ନ ହେବା କାରଣକୁ ନେଇ ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରିପାରନ୍ତି। ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟାକୁ କେନ୍ଦ୍ରକରି ନିଜ ପରିସରରେ ସମାଲୋଚିତ ହେବେ।
ମୀନମୀନ

ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ସଂକୁଚିତ ମନେକରିବେ। ମନ ଭଲ ନ ଥିବା କାରଣରୁ କାହାର ଭଲ କଥା ମଧ୍ୟ ଆପଣଙ୍କୁ ଭଲ ଲାଗି ନ ପାରେ। ଅବଶ୍ୟ ଚେଷ୍ଟା କରୁଥିବା କାମ ହୋଇଯିବ ଓ ପାଇବା ଜିନିଷଟି ନିଶ୍ଚିତ ପାଇବେ। ଗୃହକାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri