Posted inଜାତୀୟ

ଆଜି ମୁମ୍ବାଇରେ ଇଣ୍ଡିଆ ବୈଠକ

ମୁମ୍ବାଇ/ନୂଆଦିଲ୍ଲୀ,୩୧ା୮: ବିରୋଧୀ ବ୍ଲକ୍‌ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟାଲ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ)ର ତୃତୀୟ ବୈଠକ ଗୁରୁବାର ମୁମ୍ବାଇରେ ଆରମ୍ଭ ହେବ। ଏହି ୨ ଦିନିଆ ସମାବେଶରେ ମେଣ୍ଟ ପାଇଁ ଏକ ସମନ୍ବୟ ସମିତି ଘୋଷଣା ସହ ଲୋଗୋ ଜାରି କରାଯିବ। ପରସ୍ପର ମଧ୍ୟରେ ଥିବା ମତଭେଦକୁ ଦୂରକରି ୨୦୨୪ ଲୋକ ସଭା ନିର୍ବାଚନ ସକାଶେ ଇଣ୍ଡିଆ ପକ୍ଷରୁ ମିଳିତ ରଣନୀତି ପ୍ରସ୍ତୁତ କରାଯିବ। ମେଣ୍ଟର ସମାନ ସର୍ବନିମ୍ନ କାର୍ଯ୍ୟସୂଚୀ ଚିଠା ପ୍ରସ୍ତୁତ, ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ଲାଗି ମିଳିତ ଯୋଜନା ଏବଂ ଆସନ ଭାଗବଣ୍ଟା କରିବା ପାଇଁ କେତୋଟି କମିଟି ମଧ୍ୟ ଗଠନ କରାଯିବ। ବର୍ତ୍ତମାନର ସରକାରଙ୍କ ନକାରାମତ୍କ ନୀତିଗୁଡ଼ିକ ବିରୋଧରେ ଏକ ବିକଳ୍ପ ଛିଡ଼ା କରାଇବା ପାଇଁ ମୁମ୍ବାଇ ବୈଠକରୁ ସ୍ପଷ୍ଟ ରୋଡ୍‌ମ୍ୟାପ ମିଳିବ ବୋଲି ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ନେତା ମନୋଜ ଝା କହିଛନ୍ତି।

ବ୍ଲକ୍‌ ଦିଲ୍ଲୀରେ ଏକ ସେକ୍ରେଟାରିଏଟ୍‌ ଗଠନ କରିବାକୁ ଯାଉଛି, ଯେଉଁଠି ଏହାର ଅଂଶୀଦାର ଦଳଗୁଡ଼ିକ ମଧ୍ୟରେ ସମନ୍ବୟ ରକ୍ଷା କରାଯାଇପାରିବ। ଏହାବାଦ୍‌ ମେଣ୍ଟର ସଂଯୋଜକ କିମ୍ବା ଅଧ୍ୟକ୍ଷ ନିଯୁକ୍ତି ସମ୍ପର୍କରେ ମଧ୍ୟ ଆଲୋଚନା ହେବ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସଂଯୋଜକ ପଦ ଦୌଡ଼ରେ ଆଗୁଆ ଥିବା କୁହାଯାଉଛି। ସେହିପରି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ମେଣ୍ଟର ମୁଖ୍ୟ ଘୋଷଣା କରାଯାଇପାରେ। ବର୍ତ୍ତମାନ ଇଣ୍ଡିଆରେ ୨୬ ଦଳ ଥିବାବେଳେ ମୁମ୍ବାଇ ବୈଠକରେ ଆଉ କେତୋଟି ଦଳକୁ ସାମିଲ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri