ସ୍ବାୟତ୍ତ ଶାସନ ଦିବସକୁ ବର୍ଜନ କଲେ କାଉନସିଲର

କେନ୍ଦୁଝର,୩୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକାର ମନମୁଖୀ କାର୍ଯ୍ୟ ପ୍ରତିବାଦରେ ସ୍ବାୟତ୍ତ ଶାସନ ଦିବସକୁ ବର୍ଜନ କଲେ ୧୬ ନମ୍ବର ଓ୍ବାର୍ଡର କାଉନସିଲର ସବିତା ପଟ୍ଟନାୟକ। ଜୁଲାଇରୁ ଅବଧି ସରିଥିଲେ ହେଁ ବିନା ଆଲୋଚନାରେ ପୂର୍ବ ଠିକାସଂସ୍ଥାଙ୍କୁ ସଫେଇ କାମ ଦିଆଯାଇଥିବା ଏବଂ ନିୟମ ଖିଲାପ କରି ବିନା କାଉନସିଲରଙ୍କ ଦସ୍ତଖତରେ ବେଆଇନ ଭାବରେ ଅଗଷ୍ଟ ୨୦୨୨ରୁ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ବିଲ୍‌ ପୈଠ ହୋଇଥିବା ଅଭିଯୋଗ କରି ଏହାର ପ୍ରତିବାଦରେ ଦିବସ ପାଳନକୁ ବର୍ଜନ କରିଥିବା କହିଛନ୍ତି। ଫଳରେ ଏଭଳି ବର୍ଜନ ପୌରପାଳିକାରେ ଚାଲିଥିବା ବେଆଇନ କାମକୁ ଉଜାଗର କରିଥିବା ବେଳେ ବ୍ୟୟବହୁଳ ଦିବସ ପାଳନକୁ ଶକ୍ତ ଧକ୍କା ଲାଗିଛି। ପୌରପାଳିକାରେ ଗତ ୫ ବର୍ଷ ମଧ୍ୟରେ ହୋଇଥିବା ସମସ୍ତ କାର୍ଯ୍ୟର ଭିଜିଲାନ୍ସ ତଥା ବିଭାଗୀୟ ତଦନ୍ତ ହେଲେ ବହୁ ଦୁର୍ନୀତି ପଦାକୁ ଆସିବା ସହ ଅନିୟମତତା ପଦାକୁ ଆସିବ ବୋଲି ବହୁ ପୂର୍ବତନ କାଉନସିଲର ଓ ବର୍ତ୍ତମାନର କାଉନସିଲର ଦାବି କରିଛନ୍ତି। ଜିଲା ପ୍ରଶାସନ ଏନେଇ ଚୁପ ରହୁଥିବାରୁ ପ୍ରଶାସନିକ ଅଧିକାରୀଙ୍କ ଭୂମିକାକୁ ସନ୍ଦେହ ବ୍ୟକ୍ତ କରି ତଦନ୍ତ କରିବାକୁ ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri