Posted inଜାତୀୟ

ରାଜସ୍ଥାନରେ ମଣିପୁର ଭଳି ଘଟଣା, ସ୍ତ୍ରୀଙ୍କୁ ନିବସ୍ତ୍ର କରି ଗାଁରେ ବୁଲାଇଲେ ସ୍ବାମୀ

ଜୟପୁର,୨।୯: ରାଜସ୍ଥାନର ପ୍ରତାପଗଡ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏକ ଗ୍ରାମରେ ଜଣେ ଆଦିବାସୀ ମହିଳାଙ୍କୁ ନିବସ୍ତ୍ର କରାଇ ବୁଲାଇବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନିର୍ଦ୍ଦେଶରେ ପୋଲିସ ମହାନିର୍ଦ୍ଦେଶକ ଉମେଶ ମିଶ୍ରା ଶୁକ୍ରବାର ରାତିରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (କ୍ରାଇମ) ଦୀନେଶ ଏମଏନଙ୍କୁ ପ୍ରତାପଗଡକୁ ପଠାଇଛନ୍ତି।

ଧରିଆୱାଡର ଷ୍ଟେଶନ ଦାୟିତ୍ୱରେ ଥିବା ପେଶୱାର ଖାନ କହିଛନ୍ତି ଯେ, ଗୁରୁବାର ଜଣେ ୨୧ ବର୍ଷ ବୟସ୍କା ମହିଳାଙ୍କୁ ତାଙ୍କ ପୂର୍ବତନ ସ୍ବାମୀ କାନା ଏବଂ ଅନ୍ୟ ସମ୍ପର୍କୀୟମାନେ ମହିଳାଙ୍କୁ ନିବସ୍ତ୍ର କରି ବୁଲାଇଥିଲେ। ସେ କହିଛନ୍ତି ଯେ ମହିଳାଙ୍କ ପୂର୍ବତନ ସ୍ବାମୀ କାନାଙ୍କ ସମେତ ତିନି ଜଣଙ୍କୁ ଅଟକ ରଖାଯାଇଛି ଏବଂ ଅନ୍ୟମାନଙ୍କୁ ଖୋଜା ଚାଲିଛି। ପୋଲିସ ମହାନିର୍ଦ୍ଦେଶକ ଉମେଶ ମିଶ୍ର ଶୁକ୍ରବାର ବିଳମ୍ବିତ ରାତିରେ ଜୟପୁରରେ କହିଛନ୍ତି ଯେ ରାଜ୍ୟ ସରକାର ଏହି ଘଟଣାକୁ ଗୁରୁତର ସହ ନେଇଛନ୍ତି ଏବଂ ଏଡିଜି ଦୀନେଶ ଏମଏନଙ୍କୁ ପ୍ରତାପଗଡକୁ ପଠାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri