ଓଡ଼ିଶାର ୪ଜଣ ପାଇବେ ‘ଜାତୀୟ ଶିକ୍ଷକ ପୁରସ୍କାର’

ଭୁବନେଶ୍ୱର, ୩।୯(ଅସମାପିକା ସାହୁ)ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୁରୁଦିବସ ଅବସରରେ ୫ ତାରିଖ ଦିନ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ୭୫ ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ପ୍ରଦାନ କରାଯିବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ ଏହି ପୁରସ୍କାର ପ୍ରଦାନ କରିବେ। ଓଡ଼ିଶାର ୪ଜଣ ଶିକ୍ଷକ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇଜଣ ଶିକ୍ଷକ ଓ ଅନ୍ୟ ଦୁଇଜଣ ହେଉଛନ୍ତି ପ୍ରଶିକ୍ଷଣ ଅଧିକାରୀ। ସେମାନେ ହେଲେ ଭଦ୍ରକ ଜିଲାର କେନ୍ଦୁଆପଡ଼ା ନୋଡାଲ ହାଇସ୍କୁଲର ଶିକ୍ଷକ ଶଶି ଶେଖର କର ଶର୍ମା ଏବଂ ଜଗତ୍‌ସିଂହପୁର ଜିଲା ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଭାଷ ଚନ୍ଦ୍ର ରାଉତ। ସେହିପରି ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ପୁରସ୍କାର ବିଜେତାଙ୍କ ମଧ୍ୟରେ ଅଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ଖୁଦପୁରସ୍ଥିତ ଦିବ୍ୟାଙ୍ଗମାନଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଆଇଟିଆଇ ଅନୁଷ୍ଠାନର ପ୍ରଶିକ୍ଷଣ ଅଧିକାରୀ ରବିନାରାୟଣ ସାହୁ ଏବଂ ଭୁବନେଶ୍ୱରର ରାଜଭବନ ନିକଟରେ ଥିବା ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନର ସହକାରୀ ପ୍ରଶିକ୍ଷଣ ଅଧିକାରୀ (ଏଟିଓ) ସୁନୀତା ସିଂହ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ପାଇବାକୁ ଯୋଗ୍ୟବିବେଚିତ ୪ଜଣ ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ସେ କହିଛନ୍ତି, ଆପଣମାନଙ୍କ କାର୍ଯ୍ୟ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ଏହା ସମସ୍ତଙ୍କୁ ଅନୁପ୍ରାଣିତ କରିବା ସହିତ ଓଡ଼ିଶାର ଶିକ୍ଷା କ୍ଷେତ୍ରକୁ ଆହୁରି ସମୃଦ୍ଧ କରିବାରେ ସହାୟକ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ପ୍ରତିବର୍ଷ ଶିକ୍ଷକ ଦିବସରେ ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଦେଶର ଶ୍ରେଷ୍ଠ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥାଏ। ଚଳିତବର୍ଷଠାରୁ ଜାତୀୟ ଶିକ୍ଷକ ପୁରସ୍କାରର ପରିସରକୁ ବ୍ୟାପକ କରାଯାଇ ଉଚ୍ଚଶିକ୍ଷା ବିଭାଗ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ଶିକ୍ଷକମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ଚଳିତ ବର୍ଷ ୫୦ଜଣ ସ୍କୁଲ ଶିକ୍ଷକ, ଉଚ୍ଚଶିକ୍ଷା ବିଭାଗର ୧୩ଜଣ ଶିକ୍ଷକ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ୧୨ଜଣ ଶିକ୍ଷକଙ୍କୁ ପୁରସ୍କୃତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri