୧୦ ଟଙ୍କା ପାଇଁ ମା’ଙ୍କୁ ହତ୍ୟା

ଯାଜପୁର ଟାଉନ,୩ା୯(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି)ଯାଜପୁର ଟାଉନ ଥାନା ଅନ୍ତର୍ଗତ କୁଅଁାସରପୁର ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକ ମାତ୍ର ୧୦ ଟଙ୍କା ପାଇଁ ତାଙ୍କ ମା’ଙ୍କ ମୁଣ୍ଡକୁ ହେମଦସ୍ତା ପୁଆରେ ଛେଚି ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ନରେଶ ସାହୁଙ୍କ ସ୍ତ୍ରୀ ନିରୁପମା। ପୋଲିସ ତାଙ୍କ ପୁଅ ଶୁଭମ୍‌ ଓରଫ୍‌ ବାବୁନ୍‌(୨୦)ଙ୍କୁ ଗିରଫକରି ତଦନ୍ତ ଚଳାଇଛି। ଶୁଭମ୍‌ ପ୍ରତ୍ୟେକ ଦିନ ଡ୍ରଗ୍ସ ସେବନ କରନ୍ତି ବୋଲି ସ୍ଥାନୀୟ ଲୋକଙ୍କଠାରୁ ଜଣାପଡ଼ିଛି। ଡ୍ରଗ୍ସ ନିଶାରେ ସେ ଏଭଳି ଘଟଣା ଘଟାଇଥିବା ଲୋକେ କହିଛନ୍ତି।
ସୂଚନା ମୁତାବକ, ମଧ୍ୟାହ୍ନରେ ଶୁଭମ୍‌ ତାଙ୍କ ମା’ ନିରୁପମାଙ୍କୁ ୧୦ ଟଙ୍କା ମାଗିଥିଲେ। ହେଲେ ନିରୁପମା ପଇସା ନାହିଁ ବୋଲି କହିଥିଲେ। ଏତିକିରେ ଶୁଭମ୍‌ ହଠାତ୍‌ ରାଗିଯାଇ ମା’ଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଘରେ ପୂରାଇ ଭିତରପଟୁ କବାଟ ବନ୍ଦ କରି ଦେଇଥିଲେ। ପରେ ଶୁଭମ୍‌ ଘରେ ଥିବା ଏକ ହେମଦସ୍ତା ପୁଆରେ ମା’ଙ୍କ ମୁଣ୍ଡକୁ ନିସ୍ତୁକ ପିଟିଥିଲେ। ନିରୁପମାଙ୍କ ଚିତ୍କାର ଶୁଣି ପଡ଼ୋଶୀ ମନୋରମା ସାହୁ ଦୌଡ଼ିଯିବାରୁ ଘରର ଭିତର ପଟୁ କବାଟ ଦିଆଯାଇଥିବା ଦେଖିଥିଲେ। ଏହାପରେ ସେ ପାଖ ଲୋକଙ୍କୁ ଡାକ ପକାଇଥିଲେ ଏବଂ ମନୋରମା ଝରକାରେ ଦେଖିବାକୁ ପାଇଥିଲେଯେ, ଶୁଭମ୍‌ ତାଙ୍କ ମା’ଙ୍କ ମୁଣ୍ଡକୁ ହେମଦସ୍ତା ପୁଆରେ ପିଟି ବଶ ବାହାର କରିଦେଇଛନ୍ତି। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ କବାଟ ଭାଙ୍ଗି ଶୁଭମ୍‌ଙ୍କୁ କାବୁ କରିବା ସହ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଶୁଭମ୍‌ଙ୍କୁ ଗିରଫ କରିଥିଲା। ପରେ ନିରୁପମାଙ୍କ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏନେଇ ଥାନାରେ ଏକ ମାମଲା ନଂ.(୩୨୭/୨୩) ରୁଜୁ ହୋଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri