ଡଙ୍ଗାରେ ବିସ୍ଫୋରଣ: କୁକୁର ଖଣ୍ଡ ବିଖଣ୍ଡିତ

ପୁରୀ, ୩ା୯(ଅଜିତ ମହାନ୍ତି):ସମୁଦ୍ରକୂଳ ଥାନା ଅନ୍ତର୍ଗତ ପେଣ୍ଠକଟା କନକଦୁର୍ଗା ସାହିରେ ଶନିବାର ମାଛଧରା ଡଙ୍ଗା କାରଖାନା ନିକଟସ୍ଥ ଏକ ଡଙ୍ଗାରେ ବୋମା ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ କୌଣସି ବ୍ୟକ୍ତି ମୃତାହତ ହୋଇ ନ ଥିବା ବେଳେ ଏକ ବୁଲା କୁକୁରର ଶରୀର ଖଣ୍ଡବିଖଣ୍ଡିତ ହେବା ସହ ଉକ୍ତ ଡଙ୍ଗା କ୍ଷତିଗ୍ରସ୍ତ ହୋଇଛି। ଖବର ପାଇ ସମୁଦ୍ରକୂଳ ଥାନା ପୋଲିସ ଏବଂ ସିଟି ଡିଏସପି ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି।

ସୂଚନା ଅନୁଯାୟୀ, ସମୁଦ୍ରକୂଳ ଥାନା ଅନ୍ତର୍ଗତ ପେଣ୍ଠକଟା କନକଦୁର୍ଗା ସାହିରେ ସକାଳେ ବଡ଼ ଶବ୍ଦ ଶୁଭିଥିଲା। ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ବାରୁ ଗୋଟିଏ କୁକୁର ଖଣ୍ଡ ଖଣ୍ଡ ହୋଇ ମରିପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ଏହି ଖବର ପାଇ ସମୁଦ୍ରକୂଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ତେବେ ଘଟଣା ସମ୍ପର୍କରେ ସ୍ଥାନୀୟ ବାସିନ୍ଦାଙ୍କ କହିବା ଅନୁଯାୟୀ, ପୁରୀ ସହରରେ ଏପରି ଘଟଣା ପ୍ରଥମ ଥର ପାଇଁ ଘଟିଛି। ସାହିରେ ବୋଟ୍‌ ଫ୍ୟାକ୍‌ଟ୍ରି ରହିଛି, ଯେଉଁଠାରେ ବୋଟ୍‌ ତିଆରି କରାଯାଇଥାଏ। ଶନିବାର ସକାଳ ସମୟରେ କାରିଗରମାନେ ଫ୍ୟାକ୍ଟ୍ରିକୁ ଆସିଥିଲେ। ତେବେ ଫ୍ୟାକ୍ଟ୍ରି ବାହାରେ ଗୋଟିଏ ଡଙ୍ଗା ରହିଥିଲା। ଗୋଟିଏ କୁକୁର ତା’ ଭିତରୁ କ’ଣ ଗୋଟିଏ ଜିନିଷ ଭିଡୁଥିଲା। ତେବେ କିଛି ସମୟ ପରେ ପ୍ରଚଣ୍ଡ ଶଦ୍ଦ ଶୁଣାଗଲା। ବାହାରକୁ ଆସି ଦେଖିଲା ବେଳକୁ କୁକୁର ଖଣ୍ଡ ବିଖଣ୍ଡିତ ହୋଇ ବିସ୍ଫୋରଣର ପ୍ରାୟ ୧୦୦ ମିଟର ଦୂରରେ ମୃତାବସ୍ଥାରେ ପଡ଼ିିଛି। କେହି ଦୁର୍ବୃତ୍ତ ବୋମା ପୋତିଦେଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ସେହିପରି ପାଖରେ ମଦ ଦୋକାନ ଥିବାରୁ ଲୋକେ ବିଳମ୍ବିତ ରାତି ପର୍ଯ୍ୟନ୍ତ ମଦ ପିଉଛନ୍ତି ଓ ଅସାମାଜିକ କାର୍ଯ୍ୟ କରୁଛନ୍ତି, ତେଣୁ ପୋଲିସ ଏଥିପ୍ରତି ଧ୍ୟାନ ଦେବା ଆବଶ୍ୟକ। ସିଟି ଡିଏସ୍‌ପି ପ୍ରଶାନ୍ତ କୁମାର ସାହୁ କହିଛନ୍ତି, ବାହାରେ ବିସ୍ପୋରଣ ହୋଇଥିବା ନେଇ ଖବର ମିଳିଥିଲା। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି। ବୋମା ସ୍କ୍ବାଡ୍‌ ଆସି ତାହାର ତଦନ୍ତ କରୁଛି। ବୋଟ୍‌ ନିର୍ମାଣ ପାଇଁ ବିଭିନ୍ନ ପ୍ରକାର କେମିକାଲ ଦରକାର ପଡିଥାଏ, ଯାହା ଜ୍ୱଳନଶୀଳ । ସେଥିପାଇଁ ବିସ୍ଫୋରଣ ହୋଇଥାଇପାରେ। ଏ ନେଇ ପୋଲିସ ପକ୍ଷରୁ ତଦନ୍ତ କରାଯାଉଛି ଥାନା ଅଧିକାରୀ କହିଛନ୍ତି, ବିସ୍ଫୋରଣର କାରଣ ଜଣାପଡିନାହିଁ। ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ତେବେ ମାଛ ମାରିବା ପାଇଁ ମତ୍ସ୍ୟଜୀବୀଙ୍କ ପକ୍ଷରୁ ଗଭୀର ସମୁଦ୍ରରେ ଏକ ପ୍ରକାର ବୋମା ବ୍ୟବହାର କରାଯାଇଥାଏ। ସେହି ବିସ୍ଫୋରଣ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ତଦନ୍ତ ପରେ ଘଟଣା ସମ୍ପର୍କରେ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri