ଏଇ ଭାରତରେ

ବହୁ ସମୟରେ ଲୋକଙ୍କ ଅଜବ ନିଶା ପ୍ରକାଶ ପାଏ, ଯାହା ଦେଖାଯାଇଛି ଯତି ଗୌରଙ୍କଠାରେ। ସେ ସାରା ଭାରତକୁ ଓ ତାହାର ଲୋକଙ୍କୁ ଜାଣିବା ଲାଗି ପଦଯାତ୍ରା ଆରମ୍ଭ କରିଛନ୍ତି। ଚାଲିଚାଲି ସେ ବିଭିନ୍ନ ରାଜ୍ୟ ଯାଉଛନ୍ତି ଓ ସାଙ୍ଗରେ ନେଉଛନ୍ତି ତାଙ୍କ ପୋଷା କୁକୁରକୁ। ସେ ରାଜସ୍ଥାନର ଜୟପୁର ଜିଲା ଦେଇ ଯାଉଥିବା ସମୟରେ ମା’ ନ ଥିବା ଏକ କୁକୁର ଛୁଆକୁ ଉଦ୍ଧାର କରିଥିଲେ ଓ ତାକୁ ହାତରେ ଧରି ୬୦ କି.ମି. ଚାଲିଥିଲେ। ପରେ ଜଣେ ଟେଲର ଏକ ବ୍ୟାଗ୍‌ ତିଆରି କରିବା ପରେ ତାହାକୁ ସେ ସେଥିରେ ନେଇ ଚାଲୁଛନ୍ତି। ସେହି ପୋଷା କୁକୁର ଏବେ ତାଙ୍କ ଯାତ୍ରାର ସାଥୀ। ଏବେ ସୁଦ୍ଧା ଯତି ଗୋଆ, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ ଏବଂ ରାଜସ୍ଥାନ ଯାଇସାରିଲେଣି। ୨୦୨୦ ସେପ୍ଟେମ୍ବରରେ କୋଭିଡ୍‌ ପ୍ରଥମ ଲହର ଥମିବା ପରେ ସେ ତାଙ୍କ ଯାତ୍ରା ଆରମ୍ଭ କରିଥିଲେ। ସେବେଠାରୁ ସେ ୫,୦୦୦ କି.ମି. ଚାଲିସାରିଲେଣି। ଯତି ତାଙ୍କ ଯାତ୍ରା ସମ୍ପର୍କରେ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri