Posted inଜାତୀୟ

ସଂସଦର ସ୍ବତନ୍ତ୍ର ଅଧିବେଶନରେ ଯୋଗ ଦେବେନି ସଞ୍ଜୟ…

ମୁମ୍ବାଇ,୩।୯ : ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡାକିବା ନେଇ ସରକାର ସୂଚନା ଦେଇଛନ୍ତି। ଏହା ପରେ, ଏହି ବିଷୟରେ ଆଲୋଚନାର ହେବାରେ ଲାଗିଛି। ଯେତେବେଳେ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତଙ୍କୁ ଏ ବିଷୟରେ ପଚରାଯାଇଥିଲା ସେତେବେଳେ ସେ କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି କିନ୍ତୁ ଏହି ବିଶେଷ ଅଧିବେଶନ କାହିଁକି ଡକାଯାଇଛି ତାହା କେହି ଜାଣି ନାହାଁନ୍ତି। ସେହି ସମୟରେ ମହାରାଷ୍ଟ୍ରରେ ଗଣେଶ ଉତ୍ସବ ରହିବ ତେଣୁ ଆମେ ଯାଇ ପାରିବୁ ନାହିଁ ।

ସଞ୍ଜୟ ରାଉତ କହିଛନ୍ତି ଆମେ ଶୁଣିଛୁ ପ୍ରଧାନମନ୍ତ୍ରୀ ମୋଦି ଚାଇନା ପ୍ରସଙ୍ଗରେ ଆଲୋଚନା କରିବାକୁ ଚାହୁଁଛନ୍ତି। ଯଦି ଚାଇନା ଅରୁଣାଚଳ ପ୍ରଦେଶ ଏବଂ ଲଦାଖର କିଛି ଅଂଶକୁ ନିଜ ମାନଚିତ୍ରରେ ଦେଖାଇ ଦୁଃଖିତ ଏବଂ ଏହି ପ୍ରସଙ୍ଗରେ ଆଲୋଚନା କରିବାକୁ ଚାହୁଁଛି, ତେବେ ଆମେ ଏହାକୁ ସ୍ବାଗତ କରୁଛୁ। ଚାଇନା ଏବଂ ମଣିପୁର ପ୍ରସଙ୍ଗରେ ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡକାଯିବା ଉଚିତ ଏବଂ ଏହା ଉପରେ ଆଲୋଚନା ହେବା ଜରୁରୀ। ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି ମୁଁ କୃତଜ୍ଞ ସେ ଏହି ପ୍ରସଙ୍ଗରେ ଆଲୋଚନା କରିବାକୁ ଚାହୁଁଛନ୍ତି।

ଶିବସେନା (ଉଦ୍ଧବ ଠାକରେ) ରାଜ୍ୟସଭା ଏମପି ପ୍ରିୟଙ୍କା ଚତୁର୍ବେଦୀ ମଧ୍ୟ ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡାକରାକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଭାରତର ଗୁରୁତ୍ୱପୂର୍ଣ୍ଣ ପର୍ବ ଗଣେଶ ଉତ୍ସବ ସମୟରେ ଏହି ଅଧିବେଶନ ଡକାଯିବା ଦୁର୍ଭାଗ୍ୟଜନକ। ଏହି ସମୟରେ ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡାକିବା ହିନ୍ଦୁ ଭାବନା ବିରୁଦ୍ଧରେ ଅଟେ। ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡାକରା ନେଇ ଜେଡିୟୁ ମୁଖପାତ୍ର ନୀରଜ କୁମାର ମଧ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ଏବଂ ଏହାକୁ ହିନ୍ଦୁ ବିରୋଧୀ ମାନସିକତା ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri