Odisha Elections 2024

ରାଜ୍ୟ, କେନ୍ଦ୍ର ଉପରେ ବର୍ଷିଲେ ସୁର ରାଉତରାୟ

ଘସିପୁରା,୪।୯(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଜଟଣି ବିଧାୟକ ସୁର ରାଉତରାୟ ଯୋଗ ଦେଇଥିଲେ। ତାଙ୍କୁ ଦେଖିବା ଏବଂ ତାଙ୍କ ଅଭିଭାଷଣ ଶୁଣିବାକୁ କର୍ମୀ ଓ ସାଧାରଣ ଜନତାଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା। ତେବେ ବିଧାୟକ ରାଉତରାୟ ଦୁର୍ନୀତି ମୁକ୍ତ ଓଡ଼ିଶା ଗଠନ ପାଇଁ ଆହ୍ବାନ ଦେବା ସହିତ ବର୍ତ୍ତମାନର ଜିଲାପାଳଙ୍କ ଜିଲାରେ ୬ ବର୍ଷରୁ ଊର୍ଦ୍ଧ୍ୱ କାର୍ଯ୍ୟକାଳକୁ ନେଇ ତୀବ୍ର ସମାଲୋଚନା କରିଥିଲେ। ଏପରିକି ଜିଲାର ବିକାଶରେ ଜିଲାପାଳ ମୁଖ୍ୟ ପ୍ରତିବନ୍ଧକ ବୋଲି କହିଥିଲେ। ଜିଲା କଂଗ୍ରେସ ସଭାପତି ଆଇନଜୀବୀ ମୋହନ ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ ବିକ୍ଷୋଭ ସଭାରେ ଆନନ୍ଦପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ଯୁବ କଂଗ୍ରେସ ନେତା ମନୋଜ ଜେନା, ରାଜ୍ୟ କଂଗ୍ରେସ ସମ୍ପାଦକ ଆଲୋକ ମିଶ୍ର, ଜିଲା କଂଗ୍ରେସ ସମ୍ପାଦକ ହାଡିବନ୍ଧୁ ଖୁଣ୍ଟିଆ, ବରିଷ୍ଠ କଂଗ୍ରେସ ନେତା ନିକୁଞ୍ଜ ବିହାରୀ ମିଶ୍ର ପ୍ରମୁଖଙ୍କ ସମେତ ବହୁ କଂଗ୍ରେସ କର୍ମୀ ଏକତ୍ରୀତ ହୋଇ କେନ୍ଦ୍ରରେ ୯ ବର୍ଷର ଭାଜପା ସରକାର ଓ ରାଜ୍ୟରେ ୨୪ ବର୍ଷର ବିଜେଡ଼ି ସରକାର ସମୟରେ ଦରଦାମରେ ଅହେତୁକ ବୃଦ୍ଧି, ଅରାଜକତା, ନାରୀ ନିର୍ଯାତନା, ପ୍ରଭାବିତ ଶିକ୍ଷା ଓ ସ୍ବାସ୍ଥ୍ୟ ସେବା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିର ଦୃଢ଼ ପ୍ରତିବାଦ କରିଥିଲେ। ପରେ କଂଗ୍ରେର ଏକ ପ୍ରତିନିଧି ଦଳ ଆନନ୍ଦପୁର ବ୍ଲକ ବିଡିଓଙ୍କୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

ଜୟଦେବ ମିଛ କହୁଛନ୍ତି, ଦମ୍‌ ଅଛି ପ୍ରମାଣ ଦିଅନ୍ତୁ: ବିଡିଓ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ତଅଁଳ ଗ୍ରାମରେ ବିଜେଡି ପକ୍ଷରୁ ଲୋକ ପ୍ରତିନିଧି...

ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri