ଦୁଇ ପରିବାର ସଂଘର୍ଷ, ୨ ସମ୍ପର୍କୀୟ ଭାଇ ମୃତ

କବିସୂର୍ଯ୍ୟନଗର(କୃପାସିନ୍ଧୁ ସ୍ବାଇଁ)/ବ୍ରହ୍ମପୁର(ସୁବାସ ଚନ୍ଦ୍ର ପାଢ଼ୀ),୫ା୯: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପଙ୍କଳବାଡ଼ି ଗ୍ରାମରେ ସୋମବାର ରାତିରେ ଦୁଇ ପରିବାର ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ଗୋଟିଏ ପରିବାରର ୨ ସମ୍ପର୍କୀୟ ଭାଇଙ୍କ ମତ୍ୟୁ ଘଟିଛି। ସେମାନେ ହେଲେ ସୁନାରିଝୋଳା ଗ୍ରାମର ମିଥୁନ ଭୂୟାଁ (୩୦) ଓ ତାଙ୍କ ମାଉସୀ ପୁଅ ଭାଇ ହିଞ୍ଜିଳିକାଟୁ ଥାନା ନୂଆର୍ଗତ ଗ୍ରାମର ଲିପୁନ ସ୍ବାଇଁ (୨୮)।
ପ୍ରକାଶ ଯେ, ସୁନାରିଝୋଳା ପଞ୍ଚାୟତ ପଙ୍କଳବାଡ଼ି ଗ୍ରାମରେ ରହୁଥିବା ୨ ସମ୍ପର୍କୀୟ ଭାଇ ଜାନକୀ ଭୂୟାଁ ଓ ମିଥୁନ ଭୂୟାଁଙ୍କ ପରିବାର ମଧ୍ୟରେ ବିଭିନ୍ନ କାରଣକୁ ନେଇ ପୂର୍ବରୁ ଗଣ୍ଡଗୋଳ ଲାଗି ରହୁଥିଲା। ମିଥୁନଙ୍କୁ ଆକ୍ରମଣ କରି ଜାନକୀ ଓ ତାଙ୍କ ପୁଅ ଜେଲ ଯାଇଥିଲେ। କିଛିଦିନ ତଳେ ଉଭୟେ ଜେଲରୁ ଫେରିବା ପରେ ପ୍ରତିଶୋଧ ନେବାପାଇଁ ସୁଯୋଗ ଖୋଜୁଥିଲେ। ସୋମବାର ସନ୍ଧ୍ୟାରେ ମିଥୁନ ଓ ତାଙ୍କ ମାଉସୀ ପୁଅ ଭାଇ ଲିପୁନ କବିସୂର୍ଯ୍ୟନଗରରୁ ବାଇକ ଯୋଗେ ପଙ୍କଳବାଡି ଫେରୁଥିବା ବେଳେ ଜାନକୀ ଓ ତାଙ୍କର କେତେଜଣ ସହଯୋଗୀ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରିଥିଲେ। ଦୁଇ ଭାଇଙ୍କ ଶରୀରର ବିଭିନ୍ନ ସ୍ଥାନରେ ଖଣ୍ଡା ଚୋଟ ପଡ଼ିଥିବାରୁ ଗୁରୁତର ଅବସ୍ଥାରେ ସେମାନଙ୍କୁ ପ୍ରଥମେ କବିସୂର୍ଯ୍ୟନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲେ ମଧ୍ୟ ମିଥୁନ ଓ ଲିପୁନଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ଖବରପାଇ ପୋଲିସ ପହଞ୍ଚିଛି। ଆକ୍ରମଣ ପ୍ରତିଆକ୍ରମଣରେ ଆଉ ୨ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ହେପାଜତରେ ରଖିଛି। ଆକ୍ରମଣକାରୀ ଖସି ପଳାଇଛନ୍ତି। ଗାଁ ପୁରୁଷ ଶୂନ୍ୟ ହୋଇଛି। ପଙ୍କଳବାଡି ଗ୍ରାମରେ ପୋଲିସ ଛାଉଣୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri