Posted inଜାତୀୟ

ମୁଁ ନିଜେ ଏହି କାମ କରିବି, ଉଦୟନିଧିଙ୍କ ମୁଣ୍ଡରେ ୧୦ କୋଟିର ପୁରସ୍କାର, ସାଧୁଙ୍କ ଘୋଷଣା ପରେ କାହିଁକି ଏମିତି କହିଲେ ଷ୍ଟାଲିନ…

ଚେନ୍ନଇ,୫।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କ ସନାତନ ଧର୍ମ ମନ୍ତବ୍ୟ ଏକ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ସନାତନ ଧର୍ମକୁ ମ୍ୟାଲେରିଆ ଏବଂ ଡେଙ୍ଗୁ ସହିତ ତୁଳନା କରି ସେ ଅନେକ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି।

ଏହି ସମୟରେ ଅଯୋଧ୍ୟାର ଜଣେ ସାଧୁ ପରମହଂସ ଆଚାର୍ଯ୍ୟ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ସେ ଗୋଟିଏ ହାତରେ ଉଦୟନିଧିଙ୍କ ପୋଷ୍ଟର ଏବଂ ଅନ୍ୟ ହାତରେ ଖଣ୍ଡା ଧରିଥିବାର ନଜର ଆସିଛନ୍ତି। ଭିଡିଓରେ ସେ ପୋଷ୍ଟରରେ ଉଦୟନିଧିଙ୍କ ମୁଣ୍ଡ କାଟି ନିଆଁ ଲଗାଇଥିବାର ନଜର ଆସିଛନ୍ତି।
ସାଧୁ ପରମହଂସ ଆଚାର୍ଯ୍ୟ ତାଙ୍କ ଭିଡିଓରେ ଯେଉଁମାନେ ନେତାଙ୍କ ମୁଣ୍ଡ କାଟିବେ ସେମାନଙ୍କୁ ୧୦କୋଟି ଟଙ୍କା ପୁରସ୍କାର ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବର୍ତ୍ତମାନ ଉଦୟନିଧି ନିଜେ ଏହି ଭିଡିଓ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ଇଣ୍ଡିଆ ଟୁଡେରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଭିଡିଓ ଉପରେ ପ୍ରତିକ୍ରିୟା ପ୍ରକାଶ କରି ଡିଏମକେ ମନ୍ତ୍ରୀ କହିଛନ୍ତି, ‘ଜଣେ ସାଧୁ ଅଛନ୍ତି ଯିଏ ମୋ ମୁଣ୍ଡ କାଟିଥିବା ଲୋକଙ୍କୁ ୧୦ କୋଟି ଟଙ୍କା ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି। ସେ ପ୍ରକୃତରେ ଜଣେ ପ୍ରକୃତ ସାଧୁ ନା ନକଲି। ସେମାନେ କାହିଁକି ମୋ ମୁଣ୍ଡକୁ ଏତେ ପସନ୍ଦ କରନ୍ତି। ତାମିଲନାଡୁର ମନ୍ତ୍ରୀ ସାଧୁଙ୍କୁ ପ୍ରଶ୍ନ କରି ପଚାରିଲେ ସେ ଏତେ ଟଙ୍କା କେଉଁଠୁ ଆଣୁଛନ୍ତି। ମୋ କେଶକୁ କମ କରିବା ପାଇଁ ଆପଣ୧୦ କୋଟି ଟଙ୍କା ଘୋଷଣା କରୁଛନ୍ତି କି ବୋଲଇ ସେ ପ୍ରଶ୍ନ କରିଛନ୍ତି। ସେ ଆହୁରି କହିଛନ୍ତି ଯେ ଯଦି ତୁମେ ମୋତେ ୧୦ଟଙ୍କା ମୂଲ୍ୟର ପାନିଆ ଦିଅ, ମୁଁ ନିଜେ ଏହି କାମ କରିବି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri