Posted inଜାତୀୟ

ଏସିଆନ-ଭାରତ ଶିଖର ସମ୍ମିଳନୀରେ ସାମିଲ ହେବାକୁ ଆଜି ଇଣ୍ଡୋନେସିଆ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୯: ଭାରତ ଜି -୨୦ଶିଖର ସମ୍ମିଳନୀ ଆୟୋଜନ କରୁଛି। ସେପ୍ଟେମ୍ବର ୯ରେ ନୂଆଦିଲ୍ଲୀରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସିଆନ-ଭାରତ ଏବଂ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ଇଣ୍ଡୋନେସିଆ ଗସ୍ତ କରିବେ। ଭାରତୀୟ ରାଷ୍ଟ୍ରଦୂତ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇଣ୍ଡୋନେସିଆ ଗସ୍ତକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରିଛନ୍ତି। ରାଷ୍ଟ୍ରଦୂତ କହିଛନ୍ତି ଯେ, ଏହି ପରିଦର୍ଶନ ବିଶ୍ୱକୁ ଏକ ବାର୍ତ୍ତା ପଠାଇବ ଯେ, ଭାରତ ନିଜର ଅଞ୍ଚଳ ଏବଂ ଏସିଆନ କେନ୍ଦ୍ରୀୟତାକୁ କେତେ ଗୁରୁତ୍ୱ ଦେଉଛି।

ଭାରତୀୟ ରାଷ୍ଟ୍ରଦୂତ ଜୟନ୍ତ ଖୋବ୍ରାଗଡେ ମଙ୍ଗଳବାର କହିଛନ୍ତି, ଜି -୨୦ଶିଖର ସମ୍ମିଳନୀ ସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆ ଗସ୍ତ କରୁଛନ୍ତି। ଏହା ପ୍ରମାଣିତ କରୁଛି ଯେ ଭାରତ ଏହି କ୍ଷେତ୍ରକୁ କେତେ ଗୁରୁତ୍ୱ ଦେଉଛି। ସେ କହିଛନ୍ତି, ୯୦ ଦଶକରେ ଆମର ଲୁକ ଇଷ୍ଟ ନୀତି ଥିଲା। ତା’ପରେ ୨୦୧୪ରେ, ପିଏମ ମୋଦି ଆମକୁ ଆକ୍ଟ ଇଷ୍ଟ ନୀତି ପ୍ରଦାନ କରିଥିଲେ, ଯାହା ଭାରତ-ପ୍ରଶାନ୍ତ ମହାସାଗରୀୟ ପଦକ୍ଷେପରେ ପରିଣତ ହୋଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୬ତାରିଖ ଅର୍ଥାତ୍‌ ବୁଧବାର ରାତିରେ ନୂଆଦିଲ୍ଲୀରୁ ଇଣ୍ଡୋନେସିଆ ଯିବେ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଏସିଆନ-ଭାରତ ସମ୍ମିଳନୀରେ ଅଂଶଗ୍ରହଣ କରିବେ। ପୂର୍ବ ଏସିଆ ସମ୍ମିଳନୀରେ ଅଷ୍ଟ୍ରେଲିଆ, ଚାଇନା, ଭାରତ, ଜାପାନ, ରିପବ୍ଲିକ ଅଫ କୋରିଆ, ନ୍ୟୁଜିଲ୍ୟାଣ୍ଡ, ରୁଷିଆ ଏବଂ ଆମେରିକା ଏକତ୍ରିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏଥର ନବମ ଏସିଆନ-ଭାରତ ସମ୍ମିଳନୀରେ ଯୋଗଦେବେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ସେପ୍ଟେମ୍ବର ୭ ସାରେ ଭାରତ ଫେରିଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri