ସିଡିସି ନିୟମ ପାଳନ କରି ଜି-୨୦ ସମ୍ମିଳନୀରେ ଯୋଗ ଦେବେ ବାଇଡେନ

ଓ୍ବାଶିଂଟନ,୬।୯: ଜି -୨୦ ଶିଖର ସମ୍ମିଳନୀ ଭାରତରେ ଅନୁଷ୍ଠିତ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ଦିଲ୍ଲୀରେ ପ୍ରସ୍ତୁତି ଶେଷ ହୋଇଛି। ଏଥି ସହିତ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ଅନେକ ଦେଶର ନେତା ଏହି ସମ୍ମିଳନୀରେ ଯୋଗ ଦେବାକୁ ଯାଉଛନ୍ତି। ଏହି ସମୟରେ ଆମେରିକାର ଫାଷ୍ଟ ଲେଡି ଜିଲ ବାଇଡେନଙ୍କୁ କୋଭିଡ ପଜିଟିଭ ବୋଲି ଜଣାପଡିଛି। ସୋମବାର ଫାଷ୍ଟ ଲେଡିଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଆମେରିକା ରାଷ୍ଟ୍ରପତି ଭାରତ ଗସ୍ତ କରିବେ କି ନାହିଁ ସେ ନେଇ ସନ୍ଦେହ ପ୍ରକାଶ ପାଇଥିଲା। ହେଲେ ଏବେ ଜଣାପଡିଛି କି ଜୋ ବାଇଡେନଙ୍କ ରିପୋର୍ଟ ଲଗାତାର ଦୁଇ ଦିନର ଟେଷ୍ଟ ପରେ ବି ନେଗେଟିଭ ଆସିଛି। ଯଦିଓ ବାଇଡେନଙ୍କ ପରୀକ୍ଷା ରିପୋର୍ଟ ନେଗେଟିଭ ଆସିଛି, ତଥାପି ହ୍ବାଇଟ ହାଉସ ପକ୍ଷରୁ ସମସ୍ତ ଆବଶ୍ୟକୀୟ ସତର୍କତା ନିଆଯାଇଛି। ହ୍ବାଇଟ ହାଉସ କହିଛି ଯେ ଜୋ ବାଇଡେନ ଭାରତ ଏବଂ ଭିଏତନାମ ଗସ୍ତ ସମୟରେ ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ର ବା ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନଶନ(ସିଡିସି) ର କୋଭିଡ-୧୯ ନିର୍ଦ୍ଦେଶାବଳୀ ଅନୁସରଣ କରିବେ।
ତେବେ ବାଇଡେନ ବିଦେଶ ଗସ୍ତ କରୁଥିବା ସମୟରେ ବି ତାଙ୍କ ସ୍ବାସ୍ଥ୍ୟ ଉପରେ ଲଗାତାର ନଜର ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri