ମୋବାଇଲ ଚୋରି ରୋକିବାକୁ ପାକିସ୍ତାନ ମନ୍ତ୍ରୀଙ୍କ ଅଦ୍ଭୁତ ଉପଦେଶ

ଇସଲାମାବାଦ,୬।୯: ଆର୍ଥିକ ଦାରିଦ୍ର୍ୟ ସହ ସଂଘର୍ଷ କରୁଥିବା ପାକିସ୍ତାନରେ ମଧ୍ୟ ଆଇନ ଶୃଙ୍ଖଳା ପରିସ୍ଥିତି ଏବେ ଭାଙ୍ଗଯାଇଛି। ପ୍ରତିଦିନ ପାକିସ୍ତାନର ଡକାୟତମାନେ ବନ୍ଧୁକ ମୁନରେ ଲୋକଙ୍କୁ ଖୋଲାଖୋଲି ଭାବେ ଲୁଟୁଛନ୍ତି। ଦେଶରେ ଅପରାଧ ହାରକୁ ନେଇ ଉଦ୍ବେଗ ପ୍ରକାଶ କରି ପାକିସ୍ତାନର ସିନ୍ଧ ପ୍ରଦେଶର କାର୍ଯ୍ୟନିର୍ବାହୀ ମନ୍ତ୍ରୀ ବ୍ରିଗେଡିୟର୍‌ (ଅବସରପ୍ରାପ୍ତ) ହରିସ ନୱାଜ ଲୋକମାନଙ୍କୁ ଏକ ଅଦ୍ଭୁତ ଅନୁରୋଧ କରିଛନ୍ତି।
ସେ କହିଛନ୍ତି ଲୋକମାନେ ମୋବାଇଲ ଫୋନ ଏପରି ସ୍ଥାନରେ ରଖନ୍ତୁ ଯେଉଁଠାରେ ଚୋରି ହୋଇପାରିବ ନାହିଁ ବୋଲି ମନ୍ତ୍ରୀ ଅନୁରୋଧ କରିଛନ୍ତି। ଅପରାଧ ହ୍ରାସ କରିବାରେ ନାଗରିକମାନେ ସରକାର ଏବଂ ପୋଲିସ ସହିତ ମଧ୍ୟ ସହଯୋଗ କରିବା ଉଚିତ। ସେ କହିଛନ୍ତି ଯେ ଫୋନକୁ ଲୁକ୍କାୟିତ ପକେଟରେ ରଖନ୍ତୁ, ଯାହାଫଳରେ ମୋବାଇଲ ଚୋରି ହେବ ନାହିଁ।
ମନ୍ତ୍ରୀଙ୍କ ଏହି ବୟାନକୁ ବହୁ ସମାଲୋଚନା କରାଯାଉଛି। ଇଣ୍ଟରନେଟରେ ଅନେକ ୟୁଜର ମନ୍ତ୍ରୀଙ୍କ ଏହି ବୟାନ ବିରୋଧରେ ଆପତ୍ତି ଉଠାଇଛନ୍ତି।
ଉଲ୍ଲେଖନୀୟ କଥା ହେଉଛି, ଯେତେବେଳେ ପାକିସ୍ତାନର ଜଣେ ସରକାରୀ ଅଧିକାରୀ ଏଭଳି ମନ୍ତବ୍ୟ ଦେଇଛନ୍ତି, ଏହା ପ୍ରଥମ ଘଟଣା ନୁହେଁ। ଗତ ବର୍ଷ କରାଚିର ତତ୍କାଳୀନ ପୋଲିସ ମହାନିର୍ଦ୍ଦେଶକ ଜାଭେଦ ଆଲାମ ଓଡୋ ସହରରେ ଅପରାଧ ବଢିବାରେ ଲାଗିଥିବା ଦାବିକୁ ଅସ୍ବୀକାର କରିଥିବାବେଳେ ସହରର ବ୍ୟବସାୟ ସମ୍ପ୍ରଦାୟକୁ ଗଣମାଧ୍ୟମ ମାଧ୍ୟମରେ ଅସୁରକ୍ଷିତ ଭାବନା ସୃଷ୍ଟି କରିଥିବା ଅଭିଯୋଗ କରିଥିଲେ।
ପାକିସ୍ତାନ ନ୍ୟୁଜ ଚ୍ୟାନେଲ ଜିଓ ନ୍ୟୁଜ ରିପୋର୍ଟ ଅନୁଯାୟୀ,୨୦୨୩ର ପ୍ରଥମ ତିନି ମାସରେ କରାଚିରେ ୨୧,୦୦୦ ରୁ ଅଧିକ ସଡ଼କ ଅପରାଧ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri