Posted inRasifala

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଭାତୃବର୍ଗ ଦ୍ୱାରା ପଡୋଶୀଙ୍କ ସହ ଉପୁଜିଥିବା ସମସ୍ୟା ସମସ୍ୟା ସମଧାନ କରିବେ। ସାମାଜିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ।
ବୃଷ
ବୃଷ
ଜଣେ ହିତୈଷୀଙ୍କ ଦ୍ୱାରା ସମସ୍ୟା ସମାଧାନର ରାସ୍ତା ଖୋଲିଯିବ। କର୍ମକ୍ଷେତ୍ରରେ ମୃଗଶିରା ନକ୍ଷତ୍ର ଅନ୍ୟ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
ମିଥୁନ
ମିଥୁନ
ସମ୍ପର୍କୀୟମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର ଯୋଜନା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ପରସ୍ପର ଗୋଡ଼ଟଣାଟଣି ହେତୁ କାମ ହାସଲ କଷ୍ଟକର ହୋଇପଡିବ। ପରିବାରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଗୋଳମାଳିଆ ପରିସ୍ଥିତି ଦେଖା ଦେବ ନାହିଁ।
କର୍କଟ
କର୍କଟ
ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ହୋଇଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇ ମନ ଖୁସି ରହିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଧାର କରଜ, ଭଡ଼ା ସୂତ୍ରରୁ ବକେୟା ଟଙ୍କା ଆଦି ପାଇବେ।
ସି˚ହ
ସି˚ହ
ଆଜି ପରିଜନଙ୍କ ସହିତ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। କାମ ହାସଲ ସକାଶେ ହଠାତ୍‌ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡିପାରେ। ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ।
କନ୍ୟା
ଆଶା ପୂରଣ ହେବା ସାଙ୍ଗକୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ନୂତନ କିଛି ଯୋଡିବା ସକାଶେ ଚିନ୍ତା କରିବେ। ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଜମିଜମା କାରବାର, ପ୍ରେସ୍‌, ପବ୍ଳିକେଶନରେ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ସାମାଜିକ ସ୍ତରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ବନ୍ଧୁମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇବେ। ବ୍ୟବସାୟ କିମ୍ବା ପରିବହନରେ ଝଗଡ଼ା ଲାଗିପାରେ।
ବିଛା
ବିଛା
ସବୁ କାମ ଠିକ୍‌ ଠିକ୍‌ ହେବ କିନ୍ତୁ ସୁବିଧାରେ ନୁହେଁ ବହୁତ ଝଡ଼ଝଞ୍ଜା ମଧ୍ୟ ଦେଇ ଗତି କରିବାକୁ ପଡିବ। କାମଗୁଡ଼ିକ ମନ୍ଥର ହେବ ଏବଂ ଅନ୍ୟମାନଙ୍କ ସହ ବୁଝାମଣା ଠିକ୍‌ ରହିବ ନାହିଁ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରି ପାରନ୍ତି। ଅବଶ୍ୟ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
ଧନୁ
ଧନୁ
ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳିବା ଭଲ ହେବ। କୁସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମାଲୋଚିତ ହେବାକୁ ପଡିପାରେ। ନୂତନ ଗୃହ କିମ୍ବା ଜମିଜମା ବିଷୟରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ରପତ୍ାନି ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମକର
ମକର
ଦୀର୍ଘଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାର୍ଯ୍ୟ ଅବଶ୍ୟ ହାସଲ କରିବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।
କୁମ୍ଭ
କୁମ୍ଭ
ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। କେତେକ କ୍ଷେତ୍ରରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମୀନମୀନ

ସମସ୍ୟା ସୁଧୁରିଯିବା କାରଣରୁ ପାରିବାରିକ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ। ଭୁଲ୍‌ ବୁଝାମଣାଜନିତ ବନ୍ଧୁ ସମ୍ପର୍କରେ ଅବନତି ଘଟିପାରେ। ବ୍ୟବସାୟରେ ଭାଗୁଆଳିମାନଙ୍କ ସହ ମାନମନାନ୍ତର ଦେଖା ଦେଇପାରେ। ଧାତୁ, ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜାନୁଆରୀ ୧ ତାରିଖ – Daily Horoscope

ମେଷ ନୂଆ ବର୍ଷରେ ଭାଗ୍ୟସ୍ଥାନରେ ରାଜଯୋଗ। କର୍ମକ୍ଷେତ୍ରରେ ଆଦରଣୀୟ ହେବେ। ଉଚ୍ଚାରୋହୀ ମଙ୍ଗଳ ଯୋଗୁ ଦେହ ଭଲ ରହିବ। ଧନସ୍ଥାନରେ ଚନ୍ଦ୍ର ସୁସ୍ବାଦୁ ଭୋଜନ ପରଷିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri