ଭୁଜାଲିରେ ହାଣି ଦେଢ଼ ଲକ୍ଷ ଟଙ୍କା ଲୁଟ୍‌: ୨ ଭାଇ ଆହତ

କେନ୍ଦୁଝର,୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳରେ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଦିନ ଦ୍ବିପ୍ରହରରେ ଲୁଟେରାମାନେ ଲୋକଙ୍କୁ ଆକ୍ରମଣ କରି କଳାକନା ବୁଲାଉଛନ୍ତି। ଗୁରୁବାର ଅପରାହ୍ନରେ ଆକୁଳ ସାପ୍ତାହିକ ହାଟରେ ୨ଜଣ ଦୁର୍ବୃତ୍ତ ଏକ ପଲସର ବାଇକ୍‌ରେ ଆସି ଦୁଇ ବ୍ୟବସାୟୀ ଭାଇଙ୍କୁ ଭୁଜାଲିରେ ହାଣି ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଥିବା ଦୁଇ ଭାଇ ହେଲେ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଗୋଳାଗାଡିଆ ଗ୍ରାମର ଶରତ ସାହୁ(୫୩) ଏବଂ ଭରତ ସାହୁ(୪୮)।

ପ୍ରତିହାଟ ପରି ଗୁରୁବାର ୨ ଭାଇ ଶରତ ଏବଂ ଭରତ ତେଜରାତି ଦୋକାନ କରିବାକୁ ହାଟକୁ ଆସିଥିଲେ। ବେପାର ସାରି ଦୋକାନ ବନ୍ଦ କରୁଥିବା ବେଳେ ହଠାତ ୨ଜଣ ଯୁବକ ଏକ ବାଇକ୍‌ରେ ଆସି ଟଙ୍କା ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ କରୁଥିଲେ। ହେଲେ ୨ ଭାଇ ଏହାକୁ ବିରୋଧ କରିଥିଲେ। ଏନେଇ ସେମାନଙ୍କ ମଧ୍ୟରେ କିଛି ସମୟ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରିବା ସହ ଦୁଇ ଭାଇଙ୍କୁ ଭୁଜାଲିରେ ହାଣି ଟଙ୍କା ବ୍ୟାଗ ଧରି ତେଲକୋଇ ରାସ୍ତାରେ ଚମ୍ପଟ ମାରିଥିଲେ। ଭୁଜାଲି ମାଡ଼ରେ ଶରତଙ୍କ ମୁଣ୍ଡ, ପିଠି, ଗୋଡ ଏବଂ ହାତରେ ଆଘାତ ଲାଗିଛି। ଭରତ ମଧ୍ୟ ଆହତ ହୋଇଛନ୍ତି। ଉଭୟଙ୍କୁ ଶିରିଗିଡା ଡ଼ାକ୍ତରଖାନାର ଚିକିତ୍ସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri