ସାଉଦି ଆରବରୁ ଭାରତ ଯାଏଁ ହେବ ରେଲଓ୍ବେ ଲାଇନ, ଚାଇନାକୁ କାଉଣ୍ଟର କରିବାକୁ ପ୍ରସ୍ତୁତ ହେଲା ଷ୍ଟ୍ରାଟେଜି ପ୍ଲାନ୍‌

ନୂଆଦିଲ୍ଲୀ,୮।୯: ଜି-୨୦ନେଇ ରାଜଧାନୀ ଦିଲ୍ଲୀରେ ପ୍ରସ୍ତୁତ ଶେଷ ହୋଇ ସାରିଛି। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ସେହିପରି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ମଧ୍ୟ ଭାରତ ଆସୁଛନ୍ତି। ତେବେ ଏକ ଜାତୀୟ ଗଣମାଧ୍ୟର ସୂଚନା ଅନୁଯାୟୀ, ପିଏମ ମୋଦି ଏହି ନୁଇ ନେତାଙ୍କ ସମେତି ଜି-୨୦ର କିଛି ଅତିଥି ଦେଶଙ୍କ ମଧ୍ୟରେ ରେଳ ଚୁକ୍ତି କରିପାରନ୍ତି। ଏହି ଚୁକ୍ତି ପଛର କାରଣ ହେଉଛି ମଧ୍ୟ ପୂର୍ବରେ ଚାଇନା ନିଜ ଅଧିକାର ସାବ୍ୟସ୍ତ କରିବାକୁ ମୁଣ୍ଡ ପୁରାଇଲାଣି।

ଚାଇନାର ବେଲ୍ଟ ଏବଂ ରୋଡ ଇନିସିଏଟିଭକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ, ଏହି ଚୁକ୍ତି ସମ୍ମିଳନୀ ସମୟରେ କିମ୍ବା ଦ୍ୱିପାକ୍ଷିକ ଆଲୋଚନା ସମୟରେ ଚୂଡ଼ାନ୍ତ କରାଯିବ। ଆମେରିକାରେ ଏହି ଆଲୋଚନା ମଧ୍ୟ ଜୋର ଧରିଛି। କାରଣ ଯଦି ଏହି ଚୁକ୍ତି ଚୂଡାନ୍ତ ରୂପ ନିଏ ତେବେ ମଧ୍ୟ ପୂର୍ବରେ ବାଇଡେନ ସରକାର ନିଜର ନୀତି କାର୍ଯ୍ୟକାରୀ କରିବା ସହଜ ହେବ। ଉଦାହରଣ ସ୍ବରୂପ, ଇସ୍ରାଏଲ ଏବଂ ସାଉଦି ଆରବ ମଧ୍ୟରେ ସମ୍ପର୍କ ସୁଦୃଢ ହେବ। ଏହି ନୂଆ ପ୍ରକଳ୍ପ ଦ୍ୱାରା ଚାଇନାକୁ ଉଚିତ୍‌ ଜବାବ ଦିଆଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ...

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri