ଜଳପ୍ରପାତରେ ବୁଡି ନିଖୋଜ ଥିଲେ: ମିଳିଲା ଆସିଷ୍ଟାଣ୍ଡ ମ୍ୟାନେଜରଙ୍କ ମୃତଦେହ

କୁଚିଣ୍ଡା,୮ା୯(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ମହୁଲପାଲି ଥାନା ଅଧୀନ ଗୁଦ୍‌ଗୁଦା ଜଳପ୍ରପାତରେ ବୁଡ଼ି ନିଖୋଜ ଥିବା ଆସିଷ୍ଟାଣ୍ଡ ମ୍ୟାନେଜରଙ୍କ ମୃତଦେହ ୨୪ଘଣ୍ଟା ପରେ ଶୁକ୍ରବାର ଉଦ୍ଧାର ହୋଇଛି।

ମିଳିଥିବା ସୂଚନା ମୁତାବକ, ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲା ସାଇନଗର ଗ୍ରାମର କୋଲିଭିରା ହନୁମାନ(୨୫) ସମ୍ବଲପୁର ଜିଲା ଭୂଷଣ ଷ୍ଟିଲ ପ୍ଲାଣ୍ଟ ଜେଏସ୍‌ଡବ୍ଲ୍ୟୁରେ ଆସିଷ୍ଟାଣ୍ଡ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ।

ଗୁରୁବାର ସେ ୧୧ଜଣ ସାଙ୍ଗ ସହ ଗୁଦ୍‌ଗୁଦା ଜଳପ୍ରପାତ ବୁଲିବାକୁ ଯାଇଥିଲେ। ଜଳପ୍ରପାତରେ ଗାଧୋଉଥିବା ବେଳେ କୋଲିଭିରା ଗଣ୍ଡରେ ବୁଡି ନିଖୋଜ ହୋଇଯାଇଥିଲେ। ଖବର ପାଇ କୁଚିଣ୍ଡା ଅଗ୍ନିଶମ ବାହିନୀଙ୍କ ଅକ୍ଳାନ୍ତ ଉଦ୍ୟମ ସତ୍ତ୍ୱେ ମୃତଦେହ ଉଦ୍ଧାର ହୋଇପାରି ନ ଥିଲା। ଏସ୍‌ଡିପିଓ ଅମିତାଭ ପଣ୍ଡା ଘଟଣାସ୍ଥଳ ପରିଦର୍ଶନ କରି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିଥିଲେ। ଶୁକ୍ରବାର ଝାରସୁଗୁଡ଼ାରୁ ଓଡ୍ରାଫ ଟିମ୍‌ ପହଞ୍ଚି ଖୋଜାଖୋଜି ପରେ ମୃତଦେହ ଉଦ୍ଧାର କରିଥିଲେ। କୁଚିଣ୍ଡା ଉପଜିଲାପାଳ ବିଭୂତିଭୂଷଣ ନାୟକ, ତହସିଲଦାର ପ୍ରସନ୍ନ ଟେଟେ ପ୍ରମୁଖ ଗୁଦ୍‌ଗୁଦାରେ ପହଞ୍ଚି ଉଦ୍ଧାର କାର୍ଯ୍ୟର ତଦାରଖ କରିଥିଲେ। ଏ ନେଇ ମହୁଲପାଲି ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କୁଚିଣ୍ଡା ମେଡିକାଲ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri