Posted inଜାତୀୟ

ଲୋକ ସଭା ନିର୍ବାଚନ ପାଇଁ ଭାଜପା-ଜେଡିଏସ୍‌ ବୁଝାମଣା

ବେଙ୍ଗାଲୁରୁ,୯ା୯: ୨୦୨୪ ଲୋକ ସଭା ନିର୍ବାଚନ ଲାଗି ଭାଜପା ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନେତୃତ୍ୱାଧୀନ ଜେଡିଏସ୍‌ ମଧ୍ୟରେ ବୁଝାମଣା ଚୂଡ଼ାନ୍ତ ହୋଇଛି। କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଶୁକ୍ରବାର ଏହା ଘୋଷଣା କରିବା ପରେ ରାଜ୍ୟରେ ରାଜନୈତିକ ଉଷ୍ମତା ବଢ଼ିଯାଇଛି। ନିର୍ବାଚନ ବୁଝାମଣା ଅନୁଯାୟୀ କର୍ନାଟକର ମୋଟ ୨୮ ଲୋକ ସଭା ଆସନରୁ ୪ ଆସନରେ ଜେଡିଏସ୍‌ ଲଢ଼ିବ। ଦେବେଗୌଡ଼ା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ୪ ଆସନ ଚୂଡ଼ାନ୍ତ କରିଛନ୍ତି। ଜେଡିଏସ୍‌କୁ ୪ ଆସନ ଛାଡ଼ିଦେବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସହମତ ହୋଇଥିବା ୟେଦୁରପ୍ପା କହିଛନ୍ତି। କର୍ନାଟକରେ ଜେଡିଏସ୍‌ ସହ ବୁଝାମଣା ଆମକୁ ସାମର୍ଥ୍ୟ ଦେବ ଏବଂ ଆମେ ମିଳିତ ଭାବେ ୨୫ରୁ ୨୬ ଲୋକ ସଭା ଆସନ ଜିତିପାରିବୁ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ସଂସଦୀୟ ବୋର୍ଡ ସଦସ୍ୟ କହିଛନ୍ତି। ୨୦୧୯ ନିର୍ବାଚନରେ କର୍ନାଟକରୁ ଭାଜପା ୨୫ ଆସନ ଜିତିଥିବାବେଳେ ଏହା ସମର୍ଥନରେ ଜଣେ ସ୍ବାଧୀନ ପ୍ରାର୍ଥୀ ଗୋଟିଏ ଆସନ ପାଇଥିଲେ। କଂଗ୍ରେସ ଏବଂ ଜେଡିଏସ୍‌ ଗୋଟିଏ ଲେଖାଏ ଆସନରେ ବିଜୟୀ ହୋଇଥିଲେ। ତେବେ ଗତ ମେ’ରେ ଅନୁଷ୍ଠିତ ୨୨୪ ଆସନ ବିଶିଷ୍ଟ ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ୧୩୫ ଆସନ ମିଳିଥିବାବେଳେ ଭାଜପା ୬୬ ଏବଂ ଜେଡିଏସ୍‌ ୧୯ ଆସନରେ ଜିତିଥିଲା। ଏହି ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଜେଡିଏସ୍‌ ଲୋକ ସଭା ନିର୍ବାଚନରେ ଭାଜପା ସହ ମେଣ୍ଟ କରିବା ନେଇ ଚର୍ଚ୍ଚା ହୋଇ ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri