Posted inଖେଳ

ବାରବାଟୀରେ ୧୫ରୁ ବି.ସି ମହାନ୍ତି ସ୍ମାରକୀ ଟି୨୦

କଟକ,୯ା୯ (ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଆସନ୍ତା ୧୫ରୁ ବାରବାଟୀ ଷ୍ଟାଡିୟମ୍‌ରେ ପ୍ରଥମଥର ପାଇଁ ଭୈରବଚନ୍ଦ୍ର ମହାନ୍ତି (ବି.ସି. ମହାନ୍ତି) ସ୍ମାରକୀ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଖେଳାଯିବ। ୨୨ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ଦୁଇଟି ଦଳ ବ୍ୟତୀତ ଆସାମ, ହିମାଚଳପ୍ରଦେଶ, କେରଳ, ହାଇଦ୍ରାବାଦ୍‌, ଝାଡଖଣ୍ଡ, ଛତିଶଗଡ଼ ଆଦି ମୋଟ ୮ଟି ଦଳ ଅଂଶଗ୍ରହଣ କରିବେ। ଟୁର୍ନାମେଣ୍ଟରେ ୧୪ଜଣ ଆଇପିଏଲ୍‌ ଖେଳାଳି ଯଥା ଶୁଭ୍ରାଂଶୁ ସେନାପତି, ରିୟାନ ପରାଗ, ବୈଭବ ଆରୋରା, ଶାହବାଜ ନଦିମ, ମୟଙ୍କ ଡାଗର, ବିରାଟ ସିଂ, ସୌରଭ ତିୱାରୀ, ବିଷ୍ଣୁ ବିନୋଦ, ଅନୁକୂଳ ରୟ, ବସିଲ୍‌ ଥମ୍ପି, ଅଜୟ ମଣ୍ଡଳ, ତନ୍ମୟ ଅଗ୍ରୱାଲ, ପ୍ରଶାନ୍ତ ଚୋପ୍ରା, ସଚିନ ବେବି, ପ୍ରମୁଖଙ୍କ ଖେଳ ଦେଖିବାକୁ ମିଳିବ। ପ୍ରତ୍ୟେକ ଦିନ ଦୁଇଟି ମ୍ୟାଚ୍‌ ହେବ। ପ୍ରଥମଟି ଦିନ ୨ଟା ଏବଂ ଦ୍ୱିତୀୟଟି ସନ୍ଧ୍ୟା ୬ଟାରୁ ଫ୍ଲଡ୍‌ଲାଇଟ୍‌ରେ ଖେଳାଯିବ। ଫ୍ୟାନ୍‌କୋଡ୍‌ ଆପ୍‌ରେ ମ୍ୟାଚଗୁଡିକର ସିଧାପ୍ରସାରଣ କରାଯିବ। ଶୁକ୍ରବାର ଓସିଏ ସମ୍ମିଳନୀ କକ୍ଷରେ ଆୟୋଜିିତ ଏକ ଖବରଦାତା ସମ୍ମିଳନୀ ଟୁର୍ନାମେଣ୍ଟ ସମ୍ପର୍କରେ ସୂଚନା ଦେବାକୁ ଯାଇ ଓସିଏ ସମ୍ପାଦକ ସଞ୍ଜୟ ବେହେରା କହିଥିଲେ, ଜାତୀୟସ୍ତର ଟୁର୍ନାମେଣ୍ଟ ଆୟୋଜନ କରି ଓଡ଼ିଶା ଖେଳାଳିମାନଙ୍କୁ ବିସିସିଆଇର ଘରୋଇ ସିଜନ ପୂର୍ବରୁ ପ୍ରସ୍ତୁତ କରିବା ଆମଲ ଲକ୍ଷ୍ୟ। ଏହା ଦ୍ୱାରା ରଣଜୀ ଟ୍ରଫି, ସୟଦ ମୁସ୍ତାକ ଅଲ୍ଲୀ ଟି୨୦ ଭଳି ପ୍ରତିଯୋଗିତାରେ ଆମ ଖେଳାଳିମାନେ ଶ୍ରେଷ୍ଠ ପ୍ରଦର୍ଶନ ଦେଇପାରିବେ। ଆସନ୍ତା ବିସିସିଆଇ ପ୍ରତିଯୋଗିତା ପୂର୍ବରୁ ଏହା ଏକପ୍ରକାର ଚୟନର ମାନଦଣ୍ଡ ମଧ୍ୟ ହୋଇପାରିବ ବୋଲି ବେହେରା ପ୍ରକାଶ କରିଥିଲେ। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଓସିଏ ଉପସଭାପତି ପଙ୍କଜଲୋଚନ ମହାନ୍ତି, କୋଷାଧ୍ୟକ୍ଷ ବିକାଶ ପ୍ରଧାନ, ଓସିଏ ମୁଖ୍ୟ କାର୍ଯ୍ୟନିର୍ବାହୀ ସୁବ୍ରତ କୁମାର ବେହେରା, ଆପେକ୍ସ କାଉନସିଲ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri