Posted inଜାତୀୟ

ଚନ୍ଦ୍ରବାବୁ ନାଇଡୁଙ୍କ ଗିରଫକୁ ନେଇ ବିରୋଧ ପ୍ରଦର୍ଶନ

ଅମରାବତୀ,୯।୯: ଶନିବାର ପୂର୍ବାହ୍ନରେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଗିରଫ କରିଛି। ଦୁର୍ନୀତି ଅଭିଯୋଗରେ ଏହି ଗିରଫଦାରୀ କରାଯାଇଛି। ଶନିବାର ସକାଳେ ନନ୍ଦିଆଲରେ ଏକ ବଡ଼ ଧରଣର ଗଣ୍ଡଗୋଳ ହୋଇଥିଲା ଯେତେବେଳେ ଟିଡିପି ନେତାଙ୍କୁ ଗିରଫ କରିବା ପାଇଁ ପୋଲିସ ଟିମ ଆସିଥିଲା।
ପାର୍ଟି ନେତାମାନେ ଦାବି କରିଛନ୍ତି ଯେ ପୋଲିସ ଚନ୍ଦ୍ରବାବୁଙ୍କୁ ଓରଭାକଲ ବିମାନବନ୍ଦରରୁ ବିମାନ ଯୋଗେ ବିଜୟୱାଡାକୁ ନେଇଯିବ। ତେବେ ଚନ୍ଦ୍ରବାବୁ ତାଙ୍କ ଗିରଫଦାରୀକୁ ତୀବ୍ର ବିରୋଧ କରିଛନ୍ତି। କୌଣସିି ଅଭିଯୋଗର କିଛି ପ୍ରମାଣ ନ ଦେଖାଇ ଏହି ଗିରଫ କରାଯାଇଛି ବୋଲି ସେମାନେ ଦାବି କରିଛନ୍ତି। ପ୍ରମାଣ ଉପସ୍ଥାପିତ ହେଲେ ହିଁ ସେ ଆଇନ ସହ ସହଯୋଗ କରିବେ ବୋଲି ଚନ୍ଦ୍ରବାବୁ କହିଛନ୍ତି।
ତେଲୁଗୁ ଦେଶମ ପାର୍ଟିର ନେତା ଓ କର୍ମୀମାନେ ତିରୁପତିସ୍ଥିତ ଅନ୍ନପୂର୍ଣ୍ଣା ସାରୁକୁଲୁ କେନ୍ଦ୍ରରେ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ବେଆଇନ ଭାବେ ଗିରଫ କରିବା ବିରୋଧରେ ବିରୋଧ କରିଛନ୍ତି। ଏଥି ସହ ଚନ୍ଦ୍ରବାବୁ ନାଇଡୁଙ୍କ ପୁଅ ନାରା ଲୋକେଶ ମଧ୍ୟ ତାଙ୍କ ପିତାଙ୍କୁ ସିଆଇଡି ଗିରଫ କରିବା ପରେ ବିରୋଧ କରି ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri