ବର୍ତ୍ତମାନ ଯାଏଁ ଭାରତ ଗସ୍ତ କରିଛନ୍ତି ଏତେଜଣ ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୯।୯: ଜି-୨୦ର ଅଧ୍ୟକ୍ଷତା କରି ଭାରତ ସମଗ୍ର ବିଶ୍ୱର ନଜର ନିଜ ଆଡକୁ ଟାଣି ଆଣିଛି। ଜି-୨୦ର ପ୍ରଥମ ଅଧିବେଶନ ଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଭାଗ ନେବାକୁ ବିଶ୍ୱର ପ୍ରମୁଖ ନେତାମାନେ ଦିଲ୍ଲୀରେ ଏକାଠି ହୋଇଛନ୍ତି।

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଭାରତରେ ପହଞ୍ଚିଛନ୍ତି। ବାଇଡେନଙ୍କର ଏହା ପ୍ରଥମ ଭାରତ ଗସ୍ତ। ଶୁକ୍ରବାର ସେ ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରିଥିଲେ। ସାକ୍ଷାତ କରି ଦୁଇ ନେତାଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା।

ମୋଦି ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୩ ଆମେରିକା ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି। ଏଥିରେ ସେ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ଏହାପୂର୍ବରୁ ୨୦୨୦ରେ ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ୨୦୧୫ରେ ମୋଦିଙ୍କ କାର୍ଯ୍ୟକାଳ ମଧ୍ୟରେ ଭାରତ ଗସ୍ତ କରିଥିଲେ।

ଭାରତ ଗସ୍ତରେ ଆସିଥିବା ପ୍ରଥମ ଆମେରିକୀୟ ରାଷ୍ଟ୍ରପତି ହେଉଛନ୍ତି ଡି ଆଇସେନହାଓ୍ବର। ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ୍‌ ନେହେରୁଙ୍କ କାର୍ଯ୍ୟକାଳ ସମୟରେ ୧୯୫୯ ଡିସେମ୍ବର ୯ରେ ଆଇସେନହାୱର ଭାରତ ଆସିଥିଲେ। ସେ ଭାରତୀୟ ସଂସଦର ଏକ ସ୍ବତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିବା ସହ ଆଗ୍ରାର ବିଶ୍ୱ ପ୍ରସିଦ୍ଧ ତାଜମହଲକୁ ପରିଦର୍ଶନ କରିଥିଲେ। ୧୯୬୯ ଜୁଲାଇରେ ଭାରତ ଆସିଥିବା ଦ୍ୱିତୀୟ ରାଷ୍ଟ୍ରପତି ହେଉଛନ୍ତି ରିଚାର୍ଡ ନିକ୍ସନ। ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳ ସମୟରେ ସେ ଭାରତ ଗସ୍ତ କରିଥିଲେ।

ତୃତୀୟ ରାଷ୍ଟ୍ରପତି ଭାବେ ୧୯୭୮ ଜାନୁୟାରୀରେ ଜିମି କାର୍ଟର ତିନି ଦିନିଆ ଗସ୍ତରେ ଭାରତ ଆସିଥିଲେ। ସେତେବେଳେ ଭାରତର ପ୍ରଧାନମନ୍ତ୍ରୀ ଥିଲେ ମୋରାରଜୀ ଦେଶାଇ। ୨୦୦୦ମସିହା ମାର୍ଚ୍ଚ ୨୧ରେ ଚତୁର୍ଥ ରାଷ୍ଟ୍ରପତି ଭାବେ ବିଲ କ୍ଲିଣ୍ଟନ ଭାରତ ଆସିଥିଲେ। ସେ ଭାରତକୁ ପାଞ୍ଚଦିନିଆ ଗସ୍ତରେ ଆସିଥିଲେ। ସେତେବେଳେ ଭାରତର ପ୍ରଧାନମନ୍ତ୍ରୀ ଥିଲେ ଅଟଳ ବିାହରୀ ବାଜପେୟୀ। ୨୦୦୬ ମାର୍ଚ୍ଚ ୧ରେ ଜର୍ଜ ଡବ୍ଲୁ ବୁଶ ୩ଦିନିଆ ଗସ୍ତରେ ଭାରତ ଆସିଥିଲେ। ସେତେବେଳେ ଭାରତର ପ୍ରଧାନମନ୍ତ୍ରୀ ଥିଲେ ମନମୋହନ ସିଂ। ସେହିପରି ମନମୋହନଙ୍କ କାର୍ଯ୍ୟକାଳ ସମୟରେ ବାରାକ ଓବାମା ଭାରତ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri