ଅନନ୍ତ ମହାପାତ୍ର ପାଇଲେ ‘ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର’

ଭୁବନେଶ୍ୱର,୧୦।୯(ଶର୍ମିଷ୍ଠା ପାଣିଗ୍ରାହୀ)ସୃଜନ ଓ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ଚାଲିଥିବା ୨୯ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ନାଟକ କ୍ଷେତ୍ରରେ ଉଲ୍ଲେଖନୀୟ ଜୀବନବ୍ୟାପୀ ସାଧନା ପାଇଁ ଅନନ୍ତ ମହାପାତ୍ରଙ୍କୁ ‘ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ୨୦୨୩’ ପ୍ରଦାନ କରାଯାଇଛି। ତାଙ୍କୁ ୧ଲକ୍ଷ ଟଙ୍କାର ପୁରସ୍କାର ରାଶି ସହ ଉତ୍ତରୀୟ ଓ ସ୍ମୃତିଫଳକ ଦିଆଯାଇଛି। ସେହିପରି ନୃତ୍ୟ କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ଡ. ସୋନାଲ ମାନସିଂହଙ୍କୁ ମଧ୍ୟ ‘ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର’ ମିଳିଛି। ତେବେ ସେ କୌଣସି କାରଣରୁ ଅନୁପସ୍ଥିତ ରହିଥିବାରୁ ପୁରସ୍କାର ଗ୍ରହଣ କରିପାରି ନାହାନ୍ତି। ଅନ୍ୟପକ୍ଷରେ ଶାସ୍ତ୍ରୀୟ ନୃତ୍ୟ ଏବଂ ଓଡ଼ିଶୀ ସଙ୍ଗୀତ କ୍ଷେତ୍ରରେ ୪୦ ବର୍ଷରୁ କମ୍‌ ବୟସର ୪ଜଣ ପ୍ରତିଷ୍ଠିତ କଳାକାରଙ୍କୁ ‘ଗୁରୁ କେଳୁଚରଣ ମହାପାତ୍ର ଯୁବ ପ୍ରତିଭା ସମ୍ମାନ’ ପ୍ରଦାନ କରାଯାଇଛି। ସେମାନେ ହେଲେ ଓଡ଼ିଶୀ ନୃତ୍ୟ ପାଇଁ ଅରୁପା ଗାୟତ୍ରୀ ପଣ୍ଡା ଓ ସିଦ୍ଧି ୱାଇକର, କଥକ ନୃତ୍ୟ ପାଇଁ ବିଶାଲ କ୍ରିଷ୍ଣା ଏବଂ ଓଡ଼ିଶୀ ସଙ୍ଗୀତ (ମର୍ଦ୍ଦଳ ବାଦନ) ପାଇଁ ଅରୂପ ଦାସ। ପ୍ରତ୍ୟେକଙ୍କୁ ୨୫ହଜାର ଟଙ୍କାର ଅର୍ଥରାଶି ସହ ଉତ୍ତରୀୟ ଓ ସ୍ମୃତିଫଳକ ପ୍ରଦାନ କରାଯାଇଛି। ଅତିଥି ଭାବେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ସଭାପତି ପ୍ରଫେସର ରଞ୍ଜିତା କୁଲ୍‌୍‌କର୍ନୀ, ଅନନ୍ତ ମହାପାତ୍ର ଓ ସୃଜନର ନିର୍ଦ୍ଦେଶକ ଗୁରୁ ରତିକାନ୍ତ ମହାପାତ୍ର ଉପସ୍ଥିତ ଥିଲେ।
ପରେ ଅରୂପ ଦାସଙ୍କ ଓଡ଼ିଶୀ ମର୍ଦ୍ଦଳ ବାଦନରୁ ଅନ୍ତିମ ସାଂସ୍କୃତିକ ସା ଆରମ୍ଭ ହୋଇଥିଲା। ଏହାପରେ ସିଦ୍ଧ ୱାଇକରଙ୍କ ଦ୍ୱାରା ନବଗ୍ରହ ଉପରେ ଆଧାରିତ ଓଡ଼ିଶୀ ନୃତ୍ୟ ପରିବେଷିତ ହୋଇଥିଲା। ପରବର୍ତ୍ତୀ ପ୍ରସ୍ତୁତି ଥିଲା କଥକ ନୃତ୍ୟ। ଏହାକୁ ପରିବେଷଣ କରିଥିଲେ ବିଶିଷ୍ଟ କଥକ ନୃତ୍ୟଶିଳ୍ପୀ ବିଶାଲ କ୍ରିଷ୍ଣା। ଅରୁପା ଗାୟତ୍ରୀ ପଣ୍ଡାଙ୍କ ଓଡ଼ିଶୀ ନୃତ୍ୟ ଉଦ୍‌ଯାପନୀ ସନ୍ଧ୍ୟାର ଶେଷ ପରିବେଷଣ ଥିଲା। ଏହାର ନୃତ୍ୟ ସଂରଚନା ଗୁରୁ ଅରୁଣା ମହାନ୍ତି ଓ ସଙ୍ଗୀତ ସଂଯୋଜନା ଡ. ସୁବାସ ପାଣି ଓ ଗୁରୁ ବିଜୟ ବାରିକ କରିଥିଲେ। ଡ. ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ଏହି କାର୍ଯ୍ୟକ୍ରମର ମିଡିଆ ପାର୍ଟନର ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri